Odisha Weather: ଆଜିଠୁ କାଳବୈଶାଖୀ ବର୍ଷା !
ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ । ଏହା ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରିବ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର ଆଡ଼େ ମୁହାଁଇବ ।
ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ଦିନକ ପରେ ତାପମାତ୍ରା ୨-୩ ଡିଗ୍ରୀ ହ୍ରାସ ପାଇବ । କିନ୍ତୁ ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର, ଭବାନୀପାଟଣା, ବଲାଙ୍ଗୀର, ଟିଟିଲାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ପାରଳାଖେମୁଣ୍ଡି ଓ ରାଉରକେଲାରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା'ଠାରୁ ଅଧିକ ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଲଘୁଚାପ ପ୍ରଭାବରେ ୧୪ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସହିତ ବିଜୁଳି ଘଡ଼ଘଡ଼ିର ସମ୍ଭାବନା ରହିଛି । ପବନ ମଧ୍ୟ ବହିବ ।

ଆଜି ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ରାୟଗଡ଼ା, ଗଜପତି, ମାଲକାନଗିରି ଏବଂ କୋରାପୁଟ ଜିଲାକୁ କାଳବୈଶାଖୀଜନିତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ରହିଛି। ୮ରୁ୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ରହିଛି।
୯ରୁ ୧୦ ତାରିଖ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଜିଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ରହିଛି।
ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ୩୦-୪୦ କିମି ବେଗରେ ପବନ ବହିବାରେ ସମ୍ଭାବନା ରହିଛି। ୧୮ ଜିଲାରେ କାଳବୈଶାଖୀ ପ୍ରଭାବ ଦେଖାଯିବ। ୧୬-୧୭ ତାରିଖରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ସ୍ବଳ୍ପ ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।












Click it and Unblock the Notifications