ଆଜିଠୁ ତାତିରୁ ଆଶ୍ୱସ୍ତି: ୨୯ ତାରିଖ ଯାଏଁ କାଳବୈଶାଖୀ ପ୍ରଭାବ
Odisha Weather: ଆଜିଠୁ ତାତିରୁ ମିଳିବ ଆଶ୍ୱସ୍ତି । ଆସନ୍ତାକାଲିଠୁ କାଳେବୈଶାଖୀ ବର୍ଷା ଆଣିପାରେ ତାତିରୁ ଆସ୍ୱସ୍ତି । ସେହିପରି କାଳବୈଶାଖୀ ବର୍ଷା ସହ ପବନ ଓ ବଜ୍ରପାତ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ୧୪ ଜିଲ୍ଲାକୁ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧା ଆଜି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ୩୦ରୁ ୪୦ କିମି ବେଗରେ ଝଡପବନ ବହିବାର ସମ୍ଭାବନା ରହିଛି । ଆଗାମୀ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଯୋଗୁଁ ୨ ଦିନ ମଧ୍ୟରେ ୩ ରୁ ୫ ଡିଗ୍ରୀ ତାପମାତ୍ରା ହ୍ରାସ ପାଇବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।












Click it and Unblock the Notifications