Odisha Weather: ଦିନକ ପରେ ଲଘୁଚାପ, ୫ ଦିନ ପ୍ରବଳ ବର୍ଷିବ

ଦିନକ ପରେ ଲଘୁଚାପ, ପ୍ରବଳ ବର୍ଷିବ । ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଥିବାବେଳେ ତା ପଛକୁ ଦାନା ବାନ୍ଧୁଛି ଆଉ ଗୋଟିଏ ଲଘୁଚାପ । ଏହା ୨୫ ତାରିଖରେ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ଏହାଦ୍ବାରା ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

୨୬ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରର ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ଅବପାତରେ ପରିଣତ ହେବ । ଏହା ୨୭ ତାରିଖ ଦିନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ । ପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଦିଆଯାଇଛି ।

Odisha Weather

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ମ୍ୟାମାର-ଦକ୍ଷିଣ ବାଂଲାଦେଶ ଉପକୂଳସ୍ଥ ଉତ୍ତର-ପୂର୍ବ ବଙ୍ଗୋପସାଗର ଉପରେ ଥିବା ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ଆଜି ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚିବ। ଏହାର ପ୍ରଭାବରେ ଆଜି ରାଜ୍ୟରେ ବର୍ଷା ହୋଇଥିବା ବେଳେ ଆସନ୍ତାକାଲି ବି ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିପାଇଁ ଏହି ଦୁଇ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି ରହିଛି। ଏଥିସହ ୨୪ ତାରିଖରେ ବି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

ଏହି ଲଘୁଚାପଟି ଦୁର୍ବଳ ହୋଇଥିବ କି ନାହିଁ, ୨୫ ତାରିଖ ଆଡ଼କୁ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଅଧିକ ବଳ ଗୋଟାଇ ୨୬ ତାରିଖ ଆଡ଼କୁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳର ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗେପସାଗରରେ ଏକ ଅବପାତର ରୂପ ନେବ। ଏହା ୨୭ ତାରିଖ ଆ‌ଡ଼କୁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୫ ଓ ୨୬ ତାରିଖରେ ପ୍ରବଳ ବର୍ଷିବ। ବିଶେଷ କରି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ। ଏହି ଯୋଡ଼ା ଲଘୁଚାପ ଯୋଗୁଁ ସମୁଦ୍ର ଓଡ଼ିଶା ଉପକୂଳସ୍ଥ ଉତ୍ତର ବଙ୍ଗୋପସାଗର ଅଶାନ୍ତ ହେବାର ଆଶଙ୍କା ରହିଥିବ‌ାରୁ ୨୬ ତାରିଖ ଯାଏଁ ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ବାରଣ କରାଯାଇଛି। ତେବେ ୩୦ ତାରିଖରେ ମ୍ୟାମାର୍‌ ଉପକୂଳସ୍ଥ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧ରେ ଏହା ଲଘୁଚାପର ରୂପ ନେବ। ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ। ତେବେ ଏହାର ପ୍ରଭାବରେ ନବମୀ ଓ ଦଶମୀ ଅର୍ଥାତ୍‌ ୧ ଓ ୨ ତାରିଖରେ ରାଜ୍ୟ ବର୍ଷାରେ ଭିଜିବ। ଅବଶ୍ୟ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ଦ୍ବିତୀୟ ଲଘୁଚାପର ତୀବ୍ରତା ହିଁ ତୃତୀୟ ଲଘୁଚାପର ରୂପରେଖ ଠିକ୍‌ କରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+