ଆସୁଛି ଲଘୁଚାପ; ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏକ ସକ୍ରିୟ ଘୂର୍ଣ୍ଣିଝଡ଼ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ। ୪୮ ଘଣ୍ଟା ଯାଏ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ।
ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ। ଏହା ଦ୍ବାରା ତାତିରୁ ସାମୟିକ ଆଶ୍ବସ୍ତି ମିଳିବାର ସମ୍ଭାବନା ରହିଛି ।
Rainfall Forecast for the State.
— Meteorological Centre, Bhubaneswar (@mcbbsr) April 7, 2025
Day-1 & Day-2: Light Rain/Thundershower very likely to occur over the marked districts.
Day-3 to Day-7: Light to Moderate Rain/Thundershower very likely to occur over the marked districts.#Forecast #warning #Odisha pic.twitter.com/KsPG0TuaLe
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ୮ ଏପ୍ରିଲରେ ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ ଜିଲ୍ଲାରେ ବର୍ଷା ଏବଂ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି।

୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୯ ଏବଂ ୧୦ ତାରିଖରେ ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଏବଂ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଅନ୍ୟପଟେ ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ରବିବାର ୭ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ବା ତା'ଠାରୁ ଅଧିକ ରହିଥିବାବେଳେ ବୌଦ୍ଧରେ ଦିନ ତାପମାତ୍ରା ସର୍ବାଧିକ ୪୨.୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା। ସେହିପରି ଅନୁଗୋଳ, ଝାରସୁଗୁଡ଼ା ଓ ଟିଟିଲାଗଡ଼ରେ ୪୧.୦ ଡିଗ୍ରୀ, ହୀରକୁଦରେ ୪୦.୧, ସୋନପୁରରେ ୪୦.୮ ଏବଂ ପାରଳାଖେମୁଣ୍ଡିରେ ୪୦.୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ତେବେ ଲଘୁଚାପ ଜନିତ ବର୍ଷା ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତି ଆଣିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।












Click it and Unblock the Notifications