ଆସନ୍ତା ୧୨ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେବ; ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଆସନ୍ତା ୧୨ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେବ । ସତର୍କ କରାଇଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବ। ପ୍ରଭାବରେ ଓଡ଼ିଶାରେ ବର୍ଷା ହେବା ନେଇ ସତର୍କ ସୂଚନା । ଆସନ୍ତା ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବ।ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ।

odisha weather low pressure area

ତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଜି ସକାଳେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତା ସହ ଦକ୍ଷିଣ-ପଶ୍ଚିମ ଆଡ଼କୁ ପରିବ୍ୟାପ୍ତ ରହିଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ଆଜି ଦିନତମାମ ବର୍ଷା ଜାରି ରହିଛି। ଆଜି ସକାଳ ସାଢ଼େ ୮ଟାରୁ ସଂଧ୍ୟା ସାଢ଼େ ୫ଟା ମଧ୍ୟରେ ମାଲକାନଗିରିରେ ୫୯ ମିମି ବର୍ଷା ହୋଇଯାଇଛି।

ସେହିଭଳି କେନ୍ଦୁଝରରେ ୪୬.୮ ମିମି, ଭଦ୍ରକରେ ୨୭.୨ ମିମି, ନବରଙ୍ଗପୁରରେ ୨୪.୦ ମିମି ଓ ଦେବଗଡ଼ରେ ୨୦.୪ ମିମି ଲେଖାଏଁ ବର୍ଷା ରେକର୍ଡ ହୋଇଛି। ଶୁକ୍ରବାର ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଆଶଙ୍କାକୁ ନେଇ ରେଡ୍‌ ୱା‌ର୍ଣ୍ଣିଂ ଜାରି ହୋଇଛି। ଏଥିସହ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ପ୍ରବଳ ବର୍ଷା ସହ ଝଟ୍‌କା ପବନ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ବହିପାରେ। ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ସାରା ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ୨୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ କେତେକାଂଶରେ ପ୍ରବଳ ବର୍ଷା ହୋଇପାରେ। ୨୪ରୁ ୨୮ ତାରିଖ ଯାଏ ଓଡ଼ିଶା ଉପକୂଳ, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଏବଂ ଏହାର ଆଖପାଖ ଅଞ୍ଚଳରେ ୩୫ରୁ ୪୫ କିମି ପ୍ରତି ଘଣ୍ଟାରୁ ୫୫ କିମି ବେଗରେ ପବନ ବହିପାରେ। ଏଥି‌ଯୋଗୁଁ ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବାର ସମ୍ଭାବନା ରହିଛି। ଫଳରେ ଏହି ସମୟରେ ସମୁଦ୍ର ମଧ୍ୟକୁ ପ୍ରବେଶ କରିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+