ଆସୁଛି ଆଉ ଏକ ଲଘୁଚାପ, ଆଜି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଢ଼ିବ ବର୍ଷା । ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା କାଲି ବଙ୍ଗୋପ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ।

odisha weather low pressure area odisha weather low pressure area

୩୦ ତାରିଖ ଓ ଜୁଲାଇ ୧ ତାରିଖରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୩୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ଜୁଲାଇ ୧ ତାରିଖରେ ନୟାଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟପଟେ ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ଆଜି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+