Odisha Weather: ୧୩ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ବର: ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅଗଷ୍ଟ ୧୨ରୁ ୧୪ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।
ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାକୁ ଅରେଞ୍ଜ ଓ ଅନ୍ୟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
୧୨ ଓ ୧୪ ତାରିଖ ମଧ୍ୟରେ କନ୍ଧମାଳ, ରାୟଗଡ଼ା, କୋରାପୁଟ, ଗଜପତି, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ସମୟ ମଧ୍ୟରେ ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା ଜିଲ୍ଲାର କେତେକ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ସହ ବଜ୍ରପାତ ଓ ପ୍ରବଳ ବର୍ଷା ହୋଇପାରେ ।

ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ମଧ୍ୟ ହାଲୁକା ବର୍ଷା ଲାଗିରହିବା ସମ୍ଭାବ୍ୟ ଲଘୁଚାପକୁ ନଜରରେ ରଖି ୧୩ ଓ ୧୪ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳର ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ୧୩ରେ ଲଘୁଚାପ ହେଲେ ମଧ୍ୟ ରାଜ୍ୟରେ ନିଅଣ୍ଟିଆ ବର୍ଷା ଲାଗି ରହିବ। ୯ଟି ଜିଲ୍ଲାରେ ସମୁଦାୟ ମୌସୁମୀ ବର୍ଷା ନିଅଣ୍ଟିଆ ସ୍ଥିତିରେ ରହିଛି।
୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଁ ଭାଁ ବର୍ଷା ଲାଗିରହିବ ୧୩ରୁ ୨୦ ତାରିଖ ମଧ୍ୟରେ ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ କମ୍ ବର୍ଷା ହେବ ଅନ୍ୟ ଜିଲ୍ଲାଗୁଡ଼ିକରେ ହାରାହାରି ୧୦୦ରୁ ୧୨୦ ମିମି ବର୍ଷା ହୋଇପାରେ ବୋଲି ସେ ଆକଳନ କରିଛନ୍ତି।
ଆଜି ୨୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ପ୍ରବଳ ବର୍ଷା ପାଇଁ ୯ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।












Click it and Unblock the Notifications