Odisha Weather: ଦାନାବାନ୍ଧିଲାଣି ଲଘୁଚାପ, କଳା ଅନ୍ଧାର କରି ଆସିବ

ଦାନା ବାନ୍ଧୁଛି ଲଘୁଚାପ। ୨୭ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପାସଗରରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି।

ଏହାର ପ୍ରଭାବରେ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏ ନେଇ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି , ପବନ ମଧ୍ୟ ବହିବାର ଆଶଙ୍କା କରାଯାଉଛି।

୨୫ ତାରିଖରେ ଦକ୍ଷିଣ ଓଡିଶାର ଅନେକ ସ୍ଥାନ ଓ ଉତ୍ତର ଓଡିଶାର ଅଳ୍ପ କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳ ବର୍ଷା ଓ ବଜ୍ରପାତ ସହ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଥିବା ବେଳେ ମାଲକାନଗିରି, ବାଲେଶ୍ବର, ସୋନପୁର, ଝାରସୁଗୁଡା, ସମ୍ବଲପୁର, ଓ କନ୍ଧମାଳରେ ମଧ୍ୟ ବଜ୍ରପାତ ଓ ପବନ ଆଶଙ୍କା ରହିଛି। ସେହିପରି ୨୮, ୨୯ ଓ ୩୦ ତାରିଖରେ ଅନେକ ସ୍ଥାନରେ ମଧ୍ୟମ ଧରଣରୁ ପ୍ରବଳ ବର୍ଷା ହୋଇପାରେ।

Odisha Weather Low pressure dark clouds will come

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଯାହା ୨୯ ତାରିଖ ବେଳକୁ ଘନୀଭୂତ ହୋଇ ୱେଲମାର୍କ ଲୋପ୍ରେସର ବା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ଯାହା ମୌସୁମୀର ଗତିକୁ ଆହୁରି ସକ୍ରିୟ କରିବ। ଅନୁମାନ କରାଯାଉଛି, ଲଘୁଚାପ ପ୍ରଭାବରେ ଓଡ଼ିଶାକୁ ମଧ୍ୟ ଆଗୁଆ ଆସିବ ମୌସୁମି । ଜୁନ ପ୍ରଥମ ସପ୍ତାହ ସୁଦ୍ଧା ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ପ୍ରବେଶ କରିବା ଅଧିକ ସମ୍ଭାବନା ରହିଛି ।

ଓଡ଼ିଶା ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହିତ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଉପକୂଳ ସାଙ୍ଗକୁ ଦକ୍ଷିଣରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ଅତି ପ୍ରବଳ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ନେଇ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

ଏଥର ମୌସୁମୀ ଶୀଘ୍ର କେରଳ ଛୁଇଁଥିବାରୁ ଆସନ୍ତା ସପ୍ତାହ ମଧ୍ୟରେ ଓଡ଼ିଶାରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ମଧ୍ୟରେ ଓଡ଼ିଶାରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି ।

ବାଦଲ ସମୂହର ଗତି ପଶ୍ଚିମ-ଉତ୍ତରପଶ୍ଚିମ ନୁହେଁ, ବରଂ ସମୁଦ୍ରରୁ ସ୍ଥଳଭାଗ ମୁହାଁ ହୋଇଛି । ଉତ୍ତର ଉପକୂଳ ଓଡ଼ିଶା ଓ ତା'ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୩.୧ କିମି ଉଚ୍ଚରେ ସକ୍ରିୟ ଘୂର୍ଣ୍ଣିବଳୟ ରହିଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୨୪ ଘଣ୍ଟାରେ ବର୍ଷା ସହ କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତର ସମ୍ଭାବନା ରହିଛି । ଆଜି ମଧ୍ୟାହ୍ନ ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ଜଗତସିଂପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ପବନ ହେବାକୁ ଥିବାରୁ ଅରେଞ୍ଜ ଚେତାବନୀ ଜାରି ହୋଇଛି । ଘଣ୍ଟା ପ୍ରତି ୪୦ରୁ ୫୦କିମି ବେଗରେ ପବନ ବହିବାର ଆଶଙ୍କା ରହିଥିବାରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି । ଏଥିସହ ଆସନ୍ତା ୫ଦିନ ଯାଏଁ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+