Odisha Weather: ଲଘୁଚାପ ପ୍ରଭାବ, ଗଣେଷ ପୂଜାରେ ଭିଜିବ ଓଡ଼ିଶା , ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ
ରାଜ୍ୟରେ ଜାରି ରହିଛି ବର୍ଷା। କାହିଁକିନା,ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରିଛି। ଆଜି ପ୍ରବଳ ବର୍ଷା ନେଇ କିଛି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ରାୟଗଡ଼ା, ଗଞ୍ଜାମ, ଗଜପତି, ଜଗତସିଂହପୁର,କୋରାପୁଟ କନ୍ଧମାଳ, ନବରଙ୍ଗପୁର ଓ କଳାହାଣ୍ଡି । ଏହିସବୁ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନଙ୍କୁ ସତର୍କ କରାଇଛନ୍ତି ଏସଆରସି। କୌଣସି ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ପରାମର୍ଶ ଦେଉଛନ୍ତି। ସହରର ତଳିଆ ଅଞ୍ଚଳରେ ପାଣି ଜମିବାର ଆଶଙ୍କା ଥିବାରୁ ଜଳ ନିଷ୍କାସନର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି।













Click it and Unblock the Notifications