ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷିବ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ସୃଷ୍ଟି ହୋଇଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ସୃଷ୍ଟି ହୋଇଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ଏହା ଘନୀଭୂତ ହୋଇ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ ।

weather report

ଭାବରେ ୧୦ ତାରିଖ ଯାଏଁ ପ୍ରବଳ ବର୍ଷା ନେଇ ଚେତାବନୀ ଦିଆଯାଇଛି । ୯ ତାରିଖ ସକାଳ ସୁଦ୍ଧା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାବ୍ୟବତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ।

ଆଜି (୮ ତାରିଖ) ୧୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା।

ସେହିପରି ୧୦ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ସୋନପୁର ଓ ବରଗଡ଼। ଏହିସବୁ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+