Get Updates
Get notified of breaking news, exclusive insights, and must-see stories!

୨୪ରେ ସୃଷ୍ଟି ହୋଇପାରେ ଆଉ ଏକ ଲଖୁଚାପ କ୍ଷେତ୍ର, ଏହି ୪ ଜିଲ୍ଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା , ସତର୍କ ସୂଚନା ଜାରି

Odisha Weather News:ଜୁଲାଇ ୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି ଏବଂ ପରିମାଣ । ଆଗାମୀ ୫ ଦିନ ପର୍ଯ୍ୟନ୍ତ ଉପାନ୍ତର ଉପକୂଳ ସବୁଠି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯେଉଁଥି ପାଇଁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ଆଜି ବଙ୍ଗୋପସାଗର ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର । ଯାହା ପଶ୍ଚିମ-ଉତ୍ତର ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି । ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ପାର୍ଶ୍ୱବର୍ତ୍ତୀ ଜିଲ୍ଲା ରାୟଗଡ଼ା, ବୌଦ୍ଧ, ସୁବର୍ଣ୍ଣପୁର ସମେତ ୧୩ଟି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Weather News

ଚିତ୍ରକୋଣ୍ଡାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। । ଯୋଗାଯୋଗ ବିଚ୍ଛିନ୍ନ ଅଛି। ଗତକାଲି ପାରଳାଖେମୁଣ୍ଡିରେ ଲଗାଣ ବର୍ଷାରେ ଅସ୍ଥାୟୀ ପୋଲ ଧୋଇ ହୋଇ ଯାଇଥିଲ । ଫଳରେ ୩ଟି ଗାଁ ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ଡାଳିମ୍ବପୁର, ଅମରା, ରାଟିଣି ଗାଁ ସହ ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ ଅଢ଼େଇ ୧୨ କି.ମି. ବୁଲି ଆନ୍ଧ୍ର ଦେଇ ଆସୁଥିଲେ ଲୋକେ । ଯାହା ଦ୍ଵାରା ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

ସେହିପରି ଲଘୁଚାପ ଜନିତ ବର୍ଷାରେ ବେହାଲ ହୋଇପଡିଛି ମାଲକାନଗିରି ଓ ଗଜପତି ଜିଲ୍ଲା । ଏହି ଦୁଇଟି ଜିଲ୍ଲାରେ ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇ ରହିଥିବା ବେଳେ ପୋଲ ଉପରେ ପାଣି ଚାଲୁଥିବାରୁ ପଡୋଶୀ ରାଜ୍ୟ ଆନ୍ଧ୍ର ଓ ଛତିଶଗଡକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+