Odisha Weather: ଆସନ୍ତା ଦୁଇଦିନରେ ଲଘୁଚାପ

ଦକ୍ଷିଣ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ଉପକୂଳ ଆନ୍ଧ୍ରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ଦୁଇଦିନ ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତ୍‌ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳ‌େ‌ର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି ।

Odisha Weather Low pressure in the next two days

ବିଭାଗ ସୂଚନାନୁଯାୟୀ, ଆସନ୍ତା ୨୪ଘଣ୍ଟାରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ବଲାଙ୍ଗିର, କନ୍ଧମାଳ ଏବଂ ରାୟଗଡ଼ା ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+