Odisha Weather: ଆଜି ସୃଷ୍ଟି ହେବ ଲଘୁଚାପ

ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଓ ଏହାକୁ ଲାଗି ରହିଥିବା ଗାଙ୍ଗେୟ ପଶ୍ଚିମବଙ୍ଗ ଉପରିସ୍ଥ ଘୂର୍ଣ୍ଣିବଳୟ ସେହି ସମାନ ଅଞ୍ଚଳରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତାରେ ରହିଥିବା ବେଳେ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଏହାର ପ୍ରଭାବରେ ଆସନ୍ତାକାଲି ସୁଦ୍ଧା ଉତ୍ତର ବଙ୍ଗୋପସାଗର ଏବଂ ଏହାକୁ ଲାଗି ରହିଥିବା ଉପକୂଳ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

ପରେ ଏହା ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା, ଝାରଖଣ୍ଡ ଦେଇ ଧୀରେଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୩ ଦିନ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Odisha Weather Low pressure to form today

ଆସନ୍ତାକାଲି ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷାଜନିତ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହ ଅବଶିଷ୍ଟ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ। ଏଣୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

୧ ତାରିଖ ଯାଏଁ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଜାରି ରହିବ। ଏହାପରେ ୨ରୁ ବର୍ଷାର ପରିମାଣ କମିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୪ ତାରିଖ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ। ୨୮ରୁ ୧ ତା‌ରିଖ ଯାଏଁ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+