Odisha Weather: ଓଡ଼ିଶାରେ ପଡ଼ିବନି ଲଘୁଚାପ ପ୍ରଭାବ: କାଳବୈଶାଖୀ ସତର୍କତା, ୩ଡିଗ୍ରୀ କମିବ ତାପମାତ୍ରା

ଦକ୍ଷିଣ-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୃଷ୍ଟ ଲଘୁଚାପ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବ। ତେବେ ପରବର୍ତ୍ତୀ ସମୟରେ ଗତିପଥ ବଦଳାଇ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଧୀରେ ଧୀରେ ଦୁର୍ବଳ ହେବା ସମ୍ଭାବନା ରହିଛି।

ଲଘୁଚାପ ଓଡ଼ିଶା ଉପକୂଳରୁ ବହୁତ ଦୂର ସମୁଦ୍ର ଭିତରେ କେନ୍ଦ୍ରୀଭୂତ ହେବାରୁ ଓଡ଼ିଶା ଉପରେ ବିଶେଷ ପ୍ରଭାବ ପଡିବ ନାହିଁ। କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ; କିନ୍ତୁ କାଳବୈଶାଖୀ ପ୍ରଭାବ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରହିବ । ଦକ୍ଷିଣ, ଉପକୂଳ ଏବଂ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହିତ ଝଡବର୍ଷା ହୋଇପାରେ।

temperature to drop by 3 degrees

କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ସର୍ବାଧିକ ତାପମାତ୍ରା ହ୍ରାସ ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ମଙ୍ଗଳବାର ଅପରାହ୍ଣରେ କୋଇଡା ଏବଂ ଦେବଗଡ ଜିଲାର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହିତ କୁଆପଥର ବର୍ଷା ହୋଇଥିଲା। କୁଆପଥର ମାଡରେ ଚାଷୀଙ୍କ ପରିବା ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି।

ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ଦିନ ତାପମାତ୍ରା ୪୦ଡିଗ୍ରୀ ଛୁଇଁଥିବା ବେଳେ ଉପକୂଳବର୍ତ୍ତୀ ଜିଲାଗୁଡିକରେ ତାପମାତ୍ରା ହ୍ରାସ ପାଇଛି। ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୧.୯ ଡିଗ୍ରୀ ଥିବାବେଳେ ଝାରସୁଗୁଡା ୪୦.୨, ଟିଟିଲାଗଡ ୪୦, ମାଲକାନଗିରି ୪୦.୧, ବଲାଙ୍ଗିର ୩୯.୬, ଭବାନୀପାଟଣା ଏବଂ ନୂଆପଡାରେ ୩୯, ଭୁବନେଶ୍ବର ୩୫.୯ ଏବଂ କଟକରେ ୩୫ଡିଗ୍ରୀ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଏସବୁ ଜିଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୩ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଏଥିସହିତ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ବଲାଙ୍ଗିର, ସୁବର୍ଣ୍ଣପୁର ଏବଂ ଟିଟିଲାଗଡ ଅଞ୍ଚଳର କିଛି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରହିବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+