ଅବପାତରେ ପରିଣତ ହେଲା ଲଘୁଚାପ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଚି ଲଘୁଚାପ କ୍ଷେତ୍ର ଅବପାତର ରୂପ ନେଇଛି । ସଦୃଶ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି ।
ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଚି ଲଘୁଚାପ କ୍ଷେତ୍ର ଅବପାତର ରୂପ ନେଇଛି । ସଦୃଶ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି । ଏହି ଅବପାତ ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ବେଗ ୨୫କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଭବାନୀପାଟଣା ଠାରୁ ଦକ୍ଷିଣ ପୂର୍ବ ଦିଗରେ ୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ନିଜ ଦିଗ ବଜାୟ ରଖିବା ସହ ଦକ୍ଷିଣ ଓଡିଶା ଏବଂ ଦକ୍ଷିଣ ଛତିଶଗଡ ଦେଇ ଗତିକରିବା ସହ ଧୀରେଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିବ । ଏହା ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛ । ରବିବାର ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗିର, ସୋନପୁର, ବରଗଡ, ବୈଦ୍ଧ, କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ତେଣୁ ଏହି ସବୁ ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟ ଜିଲ୍ଲା ଗୁଡିକରେ ମଧ୍ୟମ ଧରଣରୁ ପ୍ରବଳ ବର୍ଷା ହୋଇପାରେ ତେଣୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ତେବେ ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁରରେ ଶୁଖିଲା ପାଗ ରହିପାରେ। ପାହାଡିଆ ଅଞ୍ଚଳରେ ଭୁସ୍ଖଳନ ଓ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି ।
ସେପଟେ ଭୁବନେଶ୍ୱର, କଟକ, ପୁରୀ, ବ୍ରହ୍ମପୁର, ଭଦ୍ରକରେ ଆଜି ସକାଳୁ ଲଗାଣ ବର୍ଷା ଜାରି ରହିଛି । ଗତ ୨୪ ଘଣ୍ଟାରେ ଢେଙ୍କାନାଳ ଓ ବାଲେଶ୍ୱରରେ ସବୁଠୁ ଅଧିକ ବର୍ଷା ରେକର୍ଡ କରାଯାଇଛି । କେବଳ ଢେଙ୍କାନାଳରେ ୧୫୪ ମିଲିମିଟର, ବାଲେଶ୍ୱର ଜିଲ୍ଲା ଜୟପୁରରେ ୧୪୨.୮ ମିଲିମିଟର ଓ ଗୋବିନ୍ଦପୁରରେ ୧୨୫.୬ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ କରିଛି । ତେବେ ଲଘୁଚାପ ପ୍ରଭାବରେ ଓଡିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିଛି । ତେଣୁ ୧୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।












Click it and Unblock the Notifications