Odisha Weather: ଆଜି ସୃଷ୍ଟି ହେବ ଲଘୁଚାପ !
ଆଜି ସୃଷ୍ଟି ହେବ ଲଘୁଚାପ ! । କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉତ୍ତର ପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ପ୍ରଭାବରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ରାଜ୍ୟରେ ୧୭ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅର୍ଥାତ ୧୩, ୧୪ ଏବଂ ୧୫ ତାରିଖରେ ମାଲକାନଗିରି ଏବଂ କୋରାପୁଟରେ ବିଜୁଳି, ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।
13 ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । ସେହପିରି 14 ଓ 15 ତାରିଖରେ ଓଡ଼ିଶା ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଶାନ୍ତ ରହିବାକୁ ଥିବା ବେଳେ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।
ଅଗଷ୍ଟ 13 ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପ୍ରଭାବରେ ସାରା ରାଜ୍ୟରେ ନିର୍ଧୁମ ବର୍ଷା ସହ 30-40 କିମି ବେଗରେ ଝଡି ପବନ ବହିବ । ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ମଧ୍ୟରେ ରଖାଯାଇଛି । ପ୍ରବଳ ବର୍ଷା ଓ ବଜ୍ରପାତ ପାଇଁ ନୂଆପଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ପାଇଁ ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
14 ତାରିଖ ବେଳକୁ ବର୍ଷାର ପରିମାଣ ସାମାନ୍ୟ କମିବ । ପ୍ରବଳ ବର୍ଷା, ଝଡ଼ି ପବନ ସାଙ୍ଗକୁ ବଜ୍ରପାତ ପାଇଁ ନବରଙ୍ଗପୁର, କୋରାପୁଟ ଓ ମାଲକାନିଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ଜୋରରେ ବିଜୁଳି ଘଡ଼ଘଡ଼ି ପାଇଁ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
15 ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡି ପାଇଁ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଭିତରେ ରଖାଯାଇଛି । ସେହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ପାଇଁ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟୋଲେ ୱାର୍ଣ୍ଣିଂ ଜାରି କରିଛି । ୱାର୍ଣ୍ଣିଂ ଜାରି କରାଯାଇଥିବା ସବୁ ଜିଲ୍ଲାରେ ପବନର ଘଣ୍ଟାପ୍ରତି ବେଗ 30-40 କିମି ରହିବାର ସମ୍ଭାବନା ରହିଛି ।
ସେପଟେ ମଧ୍ୟବର୍ତ୍ତୀ ରାତିରେ ଦିଲ୍ଲୀ, ତେଲେଙ୍ଗାନା, ଉତ୍ତରାଖଣ୍ଡ ସମେତ ଅନ୍ୟାନ୍ୟ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଯାହାଫଳରେ ଅନେକ ଅଞ୍ଚଳ ଜଳମଗ୍ନ ହୋଇଯାଇଥିଲା । ଭାରତୀୟ ପାଣିପାଗ ବିଭାଗ ଅଗଷ୍ଟ 17 ତାରିଖ ପର୍ଯ୍ୟନ୍ତ ଦେଶର ବିଭିନ୍ନ ଅଞ୍ଚଳରେ ମେଘୁଆ ପାଗ ପୂର୍ବାନୁମାନ କରିଛି । ସୋମବାର ସନ୍ଧ୍ୟାରେ IMD ଏକ ବିସ୍ତୃତ ମୌସୁମୀ ପୂର୍ବାନୁମାନ ଜାରି କରିଛି, ଯେଉଁଥିରେ ଅଗଷ୍ଟ 17 ତାରିଖ ପର୍ଯ୍ୟନ୍ତ ଭାରତର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଉଲ୍ଲେଖ କରାଯାଇଛି । ଓଡ଼ିଶାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବା ବୋଲି ମଧ୍ୟ ପୂର୍ବାନୁମାନ କରାଯାଇଛି ।
ଏପଟେ ମୌସୁମୀ ଋତୁ ଅର୍ଥାତ୍ ଜୁନ 1ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ 653.6 ମିମି ବର୍ଷା ରେକର୍ଡ ହୋଇଥିବା ବେଳେ 16 ଜିଲ୍ଲାରେ ସ୍ୱାଭାବିକ ବର୍ଷା, 4 ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ଏବଂ 10 ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି












Click it and Unblock the Notifications