Get Updates
Get notified of breaking news, exclusive insights, and must-see stories!

ଖୁବ ଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ; ଆସନ୍ତା ୩ରୁ ୪ଦିନ ଭିତରେ ଛୁଇଁପାରେ

ଖୁବ ଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ । ଆସନ୍ତା ୩ରୁ ୪ଦିନ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ । ପ୍ରଥମେ ଦକ୍ଷିଣ ଓଡ଼ିଶାକୁ ପ୍ରବେଶ କରିବ । ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ସାଧାରଣତଃ ଜୁନ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ ।

ଚଳିତଥର ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଓ କେରଳ ଛୁଇଁଥିଲା ମନସୁନ୍ । ଅନ୍ୟପଟେ ଚଳିତ ଗ୍ରୀଷ୍ମରେ ବର୍ତ୍ତମାନ ସୁଦ୍ଧା ଅଂଶୁଘାତରେ ଗଲାଣି ୩୬ ଜଣଙ୍କ ଜୀବନ । ଅଭିଯୋଗ ଆସିଥିଲା ୧୫୧ଟି । ତା'ମଧ୍ୟରୁ ୩୬ ଜଣଙ୍କ ମୃତ୍ୟୁ ଅଂଶୁଘାତଜନିତ ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି ।

Odisha Weather

ଅନ୍ୟ ୩୧ ଜଣକ ମୃତ୍ୟୁର କାରଣ ଭିନ୍ନ ଭିନ୍ନ । ବଳକା ୮୪ ଜଣଙ୍କ ମୃତ୍ୟୁର ତଦନ୍ତ ଚାଲିଥିବା SRC ଅଫିସ ପକ୍ଷରୁ ସୂଚନା ଦିଆଯାଇଛି । ଅଂଶୁଘାତଜନିତ ଘଟଣା ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର ଭଳି ଜିଲ୍ଲାରୁ ଅଭିଯୋଗ ଆସିଛି । ଅସ୍ୱାଭାବିକ ଭାବେ ଲୋକଙ୍କ ଜୀବନ ଯାଇଛି ।

କେବଳ ରାଉରକେଲା ସହରରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୬ ଜଣଙ୍କ ମୃତ୍ୟୁ ଅଂଶୁଘାତ ଜନିତ । ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଜିଲ୍ଲାପାଳ । ୪ ଜଣଙ୍କର ମୃତଦେହକୁ ସେମାନଙ୍କ ପରିବାର ଲୋକେ ନେଇ ଯାଇଥିବାରୁ ବ୍ୟବଚ୍ଛେଦ ହୋଇପାରିନି । ଅବଶିଷ୍ଟ ସମସ୍ତ ମୃତକଙ୍କ ଶବ ବ୍ୟବଚ୍ଛେଦ କରାଯାଇଛି । ରାଉରକେଲା ତହସିଲଦାର ଓ ମେଡିକାଲ ଟିମ୍ ଏନେଇ ତଦନ୍ତ କରୁଛନ୍ତି । ତେବେ ଗତକାଲିଠାରୁ ଆଜି ପର୍ଯ୍ୟନ୍ତ ଆଉ ରୋଗୀ ସଂଖ୍ୟା ବୃଦ୍ଧି ହୋଇନାହିଁ ।

ସେହିପରି ସମ୍ବଲପୁରରେ ଅଂଶୁଘାତରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ୧୮ ଅସ୍ୱାଭାବିକ ମୃତ୍ୟୁ ମଧ୍ୟରୁ ୫ ଅଂଶୁଘାତଜନିତ । ଏହି ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ୍ । ୭ ଜଣଙ୍କ ବ୍ୟବଚ୍ଛେଦ ରିପୋର୍ଟରୁ ୫ ଜଣଙ୍କ ମୃତ୍ୟୁ ଅଂଶୁଘାତ ଜନିତ ବୋଲି ଜଣାପଡିଛି । ଅବଶିଷ୍ଟ ୧୧ ଜଣଙ୍କ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+