Odisha Weather: ମୌସୁମୀ ସକ୍ରିୟ, ରାଜ୍ୟରେ ବର୍ଷା ଜାରି, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ମୌସୁମୀ ସକ୍ରିୟ ହେବା ପରେ ରାଜ୍ୟରେ ବର୍ଷା ଜାରି ରହିଛି । ତିନି ଦିନ ପାଇଁ ଝଡ଼ ତୋଫାନ ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି । ଆଜି ଓ ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ବିଜୁଳି, ଘଡଘଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୫ ତାରିଖ ପାଇଁ ୧୭ ଜିଲ୍ଲାକୁ ଝଡ଼ତୋଫାନ ଚେତାବନୀ ଜାରି ହୋଇଛି ।

ତେବେ ୨୬ରୁ ପୁଣି ବଢିବ ବର୍ଷାର ପରିମାଣ । ୨୬ରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ସେପଟେ ଜୁନ୍ ୧ରୁ ଏବେ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୯% କମ୍ ବର୍ଷା ହୋଇଛି । ୫ ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ଏବଂ ୧୭ ଜିଲ୍ଲାରେ ୨୦ରୁ ୫୯% ନିଅଣ୍ଟିଆ ବର୍ଷା ହୋଇଛି । ପୁରୀରେ ସ୍ୱାଭାବିକ ଠାରୁ ସର୍ବାଧିକ ୭୧% କମ୍ ବର୍ଷା ରେକର୍ଡ ହୋଇଥିବା ବେଳେ ୮ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।

Odisha Weather

ସେପଟେ ବନ୍ୟା ନିୟନ୍ତ୍ରଣ, ନଦୀ ପୁନରୁଦ୍ଧାର ଓ ଜଳପଥର ଉନ୍ନତୀକରଣ ପାଇଁ ରାଜ୍ୟରେ ଗଠନ ହେବ ୪ଟି ବୈଷୟିକ କମିଟି । ଜଳ ସଂପଦ ବିଭାଗ ଅଧିକାରୀଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା ସହିତ, ୪ଟି ବୈଷୟିକ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ବନ୍ୟା ପରିଚାଳନା ନୀତି, ମହାନଦୀ ରିଜୁଭେନେସନ୍, ଜଳ ସଂରକ୍ଷଣ ନୀତି ଏବଂ ଆନ୍ତଃ ନଦୀ ଜଳପଥର ଉନ୍ନତି ପାଇଁ କମିଟି ଗଠନ ହେବ । ଏହି କମିଟି ଗଠନ କରି ୧୦୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ବନ୍ୟା ନିୟନ୍ତ୍ରଣ ପାଇଁ ନଦୀବନ୍ଧ ସୁଦୃଢ଼ୀକରଣ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+