Odisha Weather: ସକାଳ ୮ଟା ୩୦ ସୁଦ୍ଧା ଝାରସୁଗୁଡ଼ା ତାପମାତ୍ରା ୩୪.୮ ଡିଗ୍ରୀ, ସମ୍ବଲପୁର ୩୪.୪ ଡିଗ୍ରୀ

ଏତିକି ବେଳୁ ୩୪ ଡିଗ୍ରୀ ଟପିଲାଣି ତାତି। ସକାଳ ୮ଟା ୩୦ ସୁଦ୍ଧା ଝାରସୁଗୁଡ଼ା ତାପମାତ୍ରା ୩୪.୮ ଡିଗ୍ରୀ। ସମ୍ବଲପୁର ତାପମାତ୍ରା ୩୪.୪ ଡିଗ୍ରୀ ରେକର୍ଡ । ଜଳୁଛି ଅଧା ଓଡ଼ିଶା।

ପଶ୍ଚିମ ଓଡ଼ିଶା ସମେତ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସହରରେ ଆକାଶରୁ ନିଆଁ ବର୍ଷା ହେଉଛି। ସ୍ଥିତି ଏମିତି ହୋଇଛି ଯେ ଝାରସୁଗୁଡ଼ାରେ ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ୪୫.୪ ଡିଗ୍ରି ରେକର୍ଡ ସହ ପ୍ରଥମଥର ପାଇଁ ଓଡ଼ିଶାର କୌଣସି ସହର ତାପମାତ୍ରା ୪୫ ଡିଗ୍ରି ଅତିକ୍ରମ କରିଛି। ଝାରସୁଗୁଡ଼ା ଦେଶର ଦ୍ବିତୀୟ ଉତ୍ତପ୍ତ ସହରରେ ପରିଣତ ହୋଇଛି। ମହାରାଷ୍ଟ୍ରର ଚନ୍ଦ୍ରପୁରରେ ଆଜି ଦିନର ତାପମାତ୍ରା ୪୫.୬ ଡିଗ୍ରି ରହିବା ସହ ଦେଶର ଉତ୍ତପ୍ତ ସହର ପାଲଟିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଝାରସୁଗୁଡ଼ା ସମେତ ୧୪ଟି ସହରର ତାପମାତ୍ରା ୪୦ ଡିଗ୍ରି କିମ୍ବା ତା'ଠାରୁ ଅଧିକ ରହିଥିଲା।

ସମ୍ବଲପୁର ଓ ବୌଦ୍ଧରେ ୪୩.୨ ଡିଗ୍ରି, ଟିଟିଲାଗଡ଼ ଓ ସୁନ୍ଦରଗଡ଼ରେ ୪୩, ଭବାନୀପାଟଣାରେ ୪୨.୫, ହୀରାକୁଦରେ ୪୨.୪, ବଲାଙ୍ଗୀରରେ ୪୨.୩, ସୋନପୁରରେ ୪୨.୧, ବରଗଡ଼‌ ଓ ରାଉରକେଲାରେ ୪୨, ଅନୁଗୁଳରେ ୪୧.୭, ନୂଆପଡ଼ାରେ ୪୧.୫, ପାରଳାଖେମୁଣ୍ଡିରେ ୪୦ ଡିଗ୍ରି ରେକର୍ଡ କରାଯାଇଛି।

Odisha Weather

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୩ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼, କଳାହାଣ୍ଡି ଓ ନୂଆପଡ଼ାରେ ସର୍ବାଧିକ ତାପମାତ୍ରା ୪୨ ଡିଗ୍ରିରୁ ଅଧିକ ରହିବ। ୨୨ ତାରିଖରେ ଝାରସୁଗୁଡ଼ା ତାପମାତ୍ରା ୪୬ ଡିଗ୍ରି ଛୁଇଁବାର ସମ୍ଭାବନା ରହିଥିବା ବେଳେ ବଲାଙ୍ଗୀର, ଟିଟିଲାଗଡ଼, ବୌଦ୍ଧ, ସମ୍ବଲପୁର, ରାଉରକେଲା ଓ ନୂଆପଡ଼ା ତାପମାତ୍ରା ୪୩ ଡିଗ୍ରି ଉପରେ ରହିପାରେ। ୨୩ ଓ ୨୪ ତାରିଖରେ ଝାରସୁଗୁଡ଼ା ତାପମାତ୍ରା ୪୭ ଡିଗ୍ରି ମୁହାଁ ହେବ। ବଲାଙ୍ଗୀର ଓ ବୌଦ୍ଧରେ ୪୫ ଡିଗ୍ରି ଡେଇଁବାକୁ ଥିବା ବେଳେ ସୁନ୍ଦରଗଡ଼, ରାଉରକେଲା, ନୂଆପଡ଼ା, ଟିଟିଲାଗଡ଼, ସୋନପୁରର ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରି ଉପରେ ରହିବାର ପୂର୍ବାନୁମାନ କରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+