Odisha Weather: ୪୮ ଘଣ୍ଟା ପ୍ରବଳ ବର୍ଷିବ; ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଦୁର୍ବଳ ହୋଇଛି ଲଘୁଚାପ । ତଥାପି ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ବର୍ଷା ରହିବ । ଅନେକ ସ୍ଥାନରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ରହିବ । ଉତ୍ତର ଓଡ଼ିଶାରେ ଭଲ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ୪୮ ଘଣ୍ଟା ପରେ ବି ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ରାଜ୍ୟରେ ଜାରି ରହିବ । ଆଗାମୀ ୭ ଦିନ ଯାଏଁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେବ ନାହିଁ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

ପ୍ରବଳ ବର୍ଷାରେ ବି ଥମୁନି ଗରମ: ରାଜ୍ୟର ପ୍ରବଳ ବର୍ଷା ହେଉଥିଲେ ମଧ୍ୟ ଅନେକ ସ୍ଥାନରେ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଗତକାଲି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସବୁଠାରୁ ଉତ୍ତପ୍ତ ସହର ରହିଥିଲା । ଯେଉଁଠାରେ ସର୍ବାଧିକ ୩୫.୨ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହପରି ଭୁବନେଶ୍ବରରେ ୩୦.୨ ଡିଗ୍ରୀ ସେଲସିୟସ ଓ କଟକରେ ୨୯.୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ଏହାସହ କନ୍ଧମାଳ ଜିଲ୍ଲା ଫୁଲବାଣୀରେ ସର୍ବନିମ୍ନ ୨୧.୯ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି ।

ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୧୦୫୧.୧ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୭ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୧୧୨୫.୭ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ୨୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ଓ ୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ପୁରୀ ଓ ଭଦ୍ରକରେ ଅଧିକ ନିଅଣ୍ଟିଆ ବର୍ଷା ରହିଛି ।

odisha weather news

ଏସବୁ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ ସତର୍କ:ଆଗମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବ । ଯାହାକୁ ନେଇ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ବଜ୍ରପାତ ଆଶଙ୍କାକୁ ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

କେବେଠୁ କମିବ ବର୍ଷା:

ସେହିପରି କାଲି ମଧ୍ୟ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ରହିବ । ଏଥିପାଇଁ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ସୁନ୍ଦରଗଡ଼ ଜିଲ୍ଲାକୁ ଚେତାବନୀ ଜାରି ହୋଉଛି । ପରେ ୨୭ ତାରିଖ ଠାରୁ ଯଦିଓ ରାଜ୍ୟରେ ବର୍ଷା ଲାଗି ରହିବ ମାତ୍ର ବର୍ଷାର ପରିମାଣ କମିବ । ବର୍ଷାକୁ ନେଇ କୌଣସି ସତର୍କ ସୂଚନା ଜାରି କରିନାହିଁ ପାଣିପାଗ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+