Odisha Weather: ଦୁଇ ଦିନ ତାତି ପରେ ରାଜ୍ୟରେ ବଦଳିଲା ପାଗ; କିଛି ସ୍ଥାନରେ ହାଲୁକା ବର୍ଷା

ରାଜ୍ୟରେ ପାଗ ବଦଳିଛି । କେତେବେଳେ ଖରା ତ କେତେବେଳେ ଛାଇ । ଦୁଇଦିନର ପ୍ରବଳ ତାତି ପରେ ରାଜ୍ଯରେ ପାଗରେ ପରିବର୍ତ୍ତନ ହୋଇଛି । ଉପକୂଳ ଓ ଆଭ୍ଯନ୍ତରୀଣ ଓଡ଼ିଶାରେ ଆକାଶ ମେଘୁଆ ରହିବା ସହିତ କିଛି ସ୍ଥାନରେ ହାଲୁକା ବର୍ଷା ମଧ୍ୟ ହୋଇଛି ।

ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠାରୁ ଉତ୍ତର ଆଭ୍ଯନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଓ କନ୍ଧମାଳ ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ । ବାକି ଓଡ଼ିଶାର ଜିଲ୍ଲାଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

Odisha weather news

୧୧ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ । ଯାଜପୁର, ଭଦ୍ରକ, ବାଲେଶ୍ବର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ସମେତ ପଶ୍ଚିମ ଓଡ଼ିଶାର ୧୬ଟି ଜିଲ୍ଲାରେ ବର୍ଷା ନେଇ ସତର୍କତା ଜାରି ହୋଇଛି । ୧୨ ତାରିଖରେ ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼ ସମେତ ୧୧ ଜିଲ୍ଲାରେ ବର୍ଷା ହୋଇପାରେ । ବର୍ଷା ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ ।

ବାୟୁ ଚଳାଚଳରେ ଅସଙ୍ଗତି ସହ ପଶ୍ଚିମା ଝଡ଼ ପ୍ରଭାବରେ ଏଭଳି ପାଗ ପରିବର୍ତ୍ତନ ହୋଇଛି । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୧୩ ତାରିଖ ପରଠାରୁ ରାଜ୍ୟରେ ପାରଦ ପୁଣି ଉପର ମୁହାଁ ହେବ । ଉପାନ୍ତରୁ ଉପକୂଳ ସବୁଠି ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାତି ବଢିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ହାଲୁକା ବର୍ଷା ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା କୁହୁଡି ଅନୁଭୁତ ହେବ ।

ବାୟୁ ଚଳାଚଳରେ ଅସଙ୍ଗତି ସହ ପଶ୍ଚିମା ଝଡ଼ ପ୍ରଭାବରେ ଏଭଳି ପାଗ ପରିବର୍ତ୍ତନ ହୋଇଛି । ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠାରୁ ଉତ୍ତର ଆଭ୍ଯନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ରାତିରେ ସାମୁଦ୍ରିକ ପବନ ପ୍ରବାହ ବଢୁଥିବାରୁ କୁହୁଡି ଅନୁଭୁତ ହେବ । ଗତ ୨୪ ଘଣ୍ଟାରେ କଟକ ଓ ନୟାଗଡରେ ଘନ କୁହୁଡି ଦୃଶ୍ୟମାନ ହୋଇଥିବା ବେଳେ ପାରଳାଖେମୁଣ୍ଡି ୩୫.୨ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହର ଭାବରେ ରେକର୍ଡ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+