Odisha Weather: ତାତିରୁ ବ୍ରେକ୍, ଆଶ୍ୱସ୍ତି ଦେଲା କାଳବୈଶାଖୀ ବର୍ଷା, ଥଣ୍ଡା ପଡିଲା ଟୁଇନ ସିଟି

ଟାଇଁ ଟାଇଁ ଖରା ଗଲା । ଝିପି ଝିପି ମେଘ ବର୍ଷିଲା । ଭୁବନେଶ୍ୱରକୁ ମିଳିଲା ତାତିରୁ ବ୍ରେକ୍ । ତାତିର କୋପରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ ବର୍ଷା । ଥଣ୍ଡା ପଡିଲା ଟୁଇନ ସିଟି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଓ ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି ଓ କନ୍ଧମାଳ ।

ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ୱିନ ସିଟିରେ ଆକାଶ ମେଘାଚ୍ଛନ ରହିବା ସହ ହାଲୁକା ବର୍ଷା ଦେଖିବାକୁ ମିଳିଛି । ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

Odisha weather news

ଆଜି ୧୪ ଜିଲ୍ଲାକୁ ଘଡ଼ଘଡ଼ି ସହ ପବନ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୦ ତାରିଖ ଯାଏ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି । ଏହାର ପ୍ରଭାବରେ ଆଗାମୀ ୩ରୁ ୪ ଦିନ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ କମିବାର ସମ୍ଭାବନା ରହିଛି ।

ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଆଜି ପାଇଁ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଆଜି ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଗଂଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଉତ୍ତର ଉପକୂଳ ଓଡ଼ିଶା- ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ପବନର ବେଗ ୪୦ରୁ ୫୦ କିମି ରହିବା ସମ୍ଭାବନା ରହିଛି। ସମ୍ଭାବ୍ୟ ପରିସ୍ଥିତିକୁ ନଜରରେ ରଖି ୮ ତାରିଖ ଯାଏ ମତ୍ସ୍ୟଜୀବୀଙ୍କ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

ହେଲେ ତାତିରେ ଥରହର ହୋଇଛି ପଶ୍ଚିମ ଓଡ଼ିଶା । ବଲାଙ୍ଗିର ପାଲଟିଛି ଉତ୍ତପ୍ତ ସହର । ଏଠାରେ ଗତକାଲିର ତାପମାତ୍ରା ୪୪.୫ ଡିଗ୍ରୀ ରେକର୍ଡ କରାଯାଇଛି । ୧୯ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା'ଠାରୁ ଅଧିକ ରେକର୍ଡ କରାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+