Odisha Weather News: ତାତିରୁ ମିଳିବ ଆଶ୍ୱସ୍ତି, ଏହି ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ତାତିରୁ ମିଳିବ ଆଶ୍ୱସ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ୫ ଜିଲ୍ଲାରେ ଝଡବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଏବଂ କଟକ । ବିଶେଷ କରି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ବି ରହିଛି । ଗତକାଲି ରାଜ୍ୟର ୪ ସହରରେ ତାପମାତ୍ରା ୪୩ ଡିଗ୍ରୀ ଟପିଥିବା ବେଳେ ୮ ସହରରେ ୪୨ ଛୁଇଁଥିଲା ପାରଦ ।

ସେହିଭଳି ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, କଟକ, ଖୋର୍ଦ୍ଧା, ବୌଦ୍ଧ, ମୟୂରଭଞ୍ଜ, ଦେବଗଡ଼ ଓ ନୟାଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କିଛି ସ୍ଥାନରେ ୪୦ରୁ ୫୦କିମି ବେଗରେ ପବନ ବି ବହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କୁହାଯାଇଛି ।

Odisha weather news break in heavy heat may rain

୮ରେ ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । କନ୍ଧମାଳ, ଗଞ୍ଜାମ ଓ କଳାହାଣ୍ଡିର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସହିତ ୩୦ରୁ ୪୦କିମି ବେଗରେ ପବନ ବହିପାରେ ।

ଦିନ ୧୧ଟାରୁ ଅପରାହ୍ଣ ୩ଟା ଯାଏଁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ତେବେ ଆଗାମୀ ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଖରାରୁ ଆଶ୍ୱସ୍ତି ମିଳିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ଅଂଶୁଘାତ ରୋକିବା ଲାଗି ଶ୍ରମିକଙ୍କ କାର୍ଯ୍ୟ ସମୟ ସଙ୍କୁଚିତ କରାଯାଇଥିବା ବେଳେ ଆଜି ଆଉଟ୍ ଡୋର୍ ଖେଳ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର । ଦିନ ସମୟରେ କ୍ରିକେଟ୍, ହକି, ଫୁଟବଲ ଆଦି ଖେଳ ଯେପରି ନହୁଏ, ତା' ଉପରେ ନଜର ରଖିବାକୁ କ୍ରୀଡ଼ା ବିଭାଗ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି SRC ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+