Odisha Weather: କାଲିଠୁ ରାଜ୍ୟର ପାଣିପାଗରେ ପରିବର୍ତ୍ତନ, ବଢିବ ଶୀତ, କୁହୁଡ଼ି ଆଶଙ୍କା

ଆସନ୍ତାକାଲିଠୁ ରାଜ୍ୟର ପାଣିପାଗରେ ପରିବର୍ତ୍ତନ ଦେଖାଯିବ । କାଲିଠୁ ପ୍ରବଳ ଜାଡ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ଥଣ୍ଡା ଶୁଷ୍କ ପବନ ବହୁଛି । ଏହାରି ପ୍ରଭାବରେ ଦୁଇଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ।

ଆଭ୍ୟନ୍ତରୀଣ ଓଡିଶାରେ ଶୀତ ଲହରୀ ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି । ପ୍ରବଳ ଜାଡ ନେଇ ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଓ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଘନ କୁହୁଡି ନେଇ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାକୁ ସତର୍କ କରାଇଛି । ବର୍ତ୍ତମାନ ଯେହେତୁ ଜଳୀୟ ବାଷ୍ପର ମାତ୍ରା ଅଧିକ ରହିଛି, ଆକାଶ ନିର୍ମଳ ରହୁଛି ତେଣୁ ଘନ କୁହୁଡ଼ି(Dense Fog) ଦୃଶ୍ୟମାନ‌ ହେବାକୁ ପାଗ ଅନୁକୂଳ ରହିଛି ।

Odisha weather news

ଏଥିସହ ବର୍ଷାରେ ବ୍ରେକ ମଧ୍ୟ ଲାଗିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିବ । ଗତ ୭ରୁ ୮ ଦିନ ମଧ୍ୟରେ କୋହଲା ପାଗ ସାଙ୍ଗକୁ ବର୍ଷା ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ସ୍ବାଭାବିକଠାରୁ ୮ରୁ ୧୦ ଡିଗ୍ରି କମ୍‌ ରହିଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+