୪୦ ଛୁଇଁଲା ତାତି; ରାଜ୍ୟର ୫ଟି ସହରରେ ୪୦ ଛୁଇଁଲା ସର୍ବୋଚ୍ଚ ତାପମାତ୍ରା
ଚଳିତ ବର୍ଷ ରାଜ୍ୟରେ ପ୍ରଥମ ଥର ପାଇଁ ୪୦ ଛୁଇଁଲା ତାତି । ରାଜ୍ୟର ୫ଟି ସହରରେ ୪୦ ଛୁଇଁଲା ଆଜିର ସର୍ବୋଚ୍ଚ ତାପମାତ୍ରା । ଟିଟିଲାଗଡ଼, ବୌଦ୍ଧ, ବଲାଙ୍ଗିର, ଭବାନୀପାଟଣା, ନୟାଗଡ଼ ୪୦ ଛୁଇଁଲା ତାପମାତ୍ରା ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଓଡ଼ିଶାରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଉତ୍ତର ଓଡ଼ିଶାରେ କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲ୍କା ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ବିଜୁଳି ଓ ଘଡ଼ଘଡ଼ିର ମାତ୍ର ଅଧିକ ରହିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲ୍କା ବର୍ଷା ହେବାର ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେପଟେ ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ । କାଁ ଭାଁ କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୪୮ ଘଣ୍ଟା ଭିତରେ ଦିନର ତାପମାତ୍ରା ଦୁଇ ଡିଗ୍ରୀ ଯାଏଁ ବୃଦ୍ଧି ହେବ । ଗୁଳୁଗୁଳି ମଧ୍ୟ ହେବାର ରହିଛି । ରାତିର ତାପମାତ୍ରା ମଧ୍ୟ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।












Click it and Unblock the Notifications