ଆଜିର ପାଣିପାଗ ଖବର : ଆସୁଛି ଲଘୁଚାପ, ୧୪ ଜିଲ୍ଲାରେ ପ୍ରବଳ ବର୍ଷବ

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ୧୪ ଜିଲ୍ଲାକୁ ପ୍ରବଳ ବର୍ଷା । ଆଗକୁ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ଅନୁମାନ କରିଛି ।

ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଆଜି ସୁଦ୍ଧା ଉତ୍ତର ବଙ୍ଗୋପସାଗର ଉପରକୁ ଆସିବ । ୪ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି ।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ସୋନପୁର, କଳାହାଣ୍ଡି ଓ କନ୍ଧମାଳରେ ଆଜି ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି । ସେହିପରି ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳରେ ୭୦ରୁ ୨୦୦ମିମି ଯାଏ ବର୍ଷା ହୋଇପାରେ ।

RAIN

୫ ତାରିଖରେ ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଯାଜପୁର ଓ ଢେଙ୍କାନାଳରେ ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ୬ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।

୩ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ୧୨୬ମିମି ବର୍ଷା ରେକର୍ଡ ହୋଇଛି । ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୫ଟା ଭିତରେ ରାଜ୍ୟରେ ମୋଟ ୨୫୬୭୩ ବଜ୍ରପାତ ହୋଇଥିବା ସୂଚନା ମିଳିଛି ।

ଶନିବାର କଟକ ମହାନଗର ନିଗମ ଅଞ୍ଚଳରେ ୯୫.୮ମିମି ବର୍ଷା ହୋଇଛି । ଖୋର୍ଦ୍ଧାରେ ୭୫, ଅନୁଗୁଳରେ ୨୬, ସୋନପୁର ଓ ଦାରିଙ୍ଗିବାଡ଼ିରେ ୨୭.୨, ମାଲକାନଗିରିରେ ୧୪.୪, ନୟାଗଡ଼ରେ ୧୬, ଯାଜପୁରରେ ୧୮, ନବରଙ୍ଗପୁରରେ ୧୬.୨ ଓ କେନ୍ଦ୍ରାପଡ଼ାରେ ୧୧.୨ମିମି ବର୍ଷା ହୋଇଛି ।

ଗତକାଲି ବଜ୍ରପାତରେ ୬ ଜିଲ୍ଲାରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି । ୩ ଜଣ ଗୁରୁତର ଅଛନ୍ତି । ଖୋର୍ଦ୍ଧାରେ ସର୍ବାଧିକ ୪ ମୃତ ଓ ୩ ଗୁରୁତର ହୋଇଛନ୍ତି । ଅନୁଗୁଳ ଓ ବୌଦ୍ଧରୁ ଜଣେ ଲେଖାଏଁ, ବଲାଙ୍ଗିରରୁ ୨ ଜଣଙ୍କ ମୃତ୍ୟୁ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+