ମେ ୩ରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ; ୨ ଦିନ ପାଇଁ ଏହି ସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି
ମେ ୯ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ! ମେ ଦ୍ୱିତୀୟ ସପ୍ତାହ ପ୍ରାରମ୍ଭ ପର୍ଯ୍ୟନ୍ତ ଜାରି ରହିବ ତାତି । ମେ ୩ରୁ ୯ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବ । ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।
ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମପ୍ରବାହ ହେବ । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୪୨ରୁ ୪୪ ଡିଗ୍ରୀ ରହିପାରେ ।
ଦୁଇ ତିନି ଦିନର ସାମାନ୍ୟ ଆଶ୍ୱସ୍ତି ପରେ ରାଜ୍ୟକୁ ପୁଣି ଫେରିଛି ଗ୍ରୀଷ୍ମ ଲହରି । ମେ ଦ୍ୱିତୀୟ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ପ୍ରଚଣ୍ଡ ତାତି ।

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ୨ ଦିନ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ୨୬ ଓ ୨୭ ତାରିଖ ପାଇଁ ରେଡ୍ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର । ୨୬ରେ ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, ଝାରସୁଗୁଡ଼ା, ଢେଙ୍କାନାଳ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡିକୁ ରେଡ୍ ଆଲର୍ଟ ଜାରି କରାଯାଇଛି ।
୨୭ରେ ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, ଝାରସୁଗୁଡ଼ା, ଢେଙ୍କାନାଳ, ଭଦ୍ରକ, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର, ନୂଆପଡ଼ା, ସୋନପୁର, ବଲାଙ୍ଗିର, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ରହିଛି ।
ଜଳିବ ଓଡ଼ିଶା, ସିଝି ଯିବେ ଲୋକେ । ୭ ଜିଲ୍ଲାରେ ପାରଦ ୪୫ ଡିଗ୍ରୀ ଟପିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା କହିଛନ୍ତି, ଗତ ୯ ଦିନ ହେଲା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।
ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟରେ ବଢ଼ିଚାଲିଛି ଅଂଶୁଘାତ ରୋଗୀଙ୍କ ସଂଖ୍ୟା । ଏମିତିକି ଅଂଶୁଘାତରେ ବିଭିନ୍ନ ଜିଲ୍ଲାରେ ୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଲାଣି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ୧୮ ଜିଲ୍ଲାରେ ଅଂଶୁଘାତ ଓ ତାତିଜନିତ ସମସ୍ୟା ଯୋଗୁ ୧୨୪ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ୩୨ ଜଣ, ଖୋର୍ଦ୍ଧାରୁ ୨୭, ମୟୂରଭଞ୍ଜରୁ ୨୧, ଝାରସୁଗୁଡ଼ାରୁ ୧୪ ଓ ଅନୁଗୁଳରୁ ୧୦ ଜଣ ଅଂଶୁଘାତ ଯୋଗୁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅଂଶୁଘାତ ଯୋଗୁ ଜଣଙ୍କର ମୃତ୍ୟୁକୁ ସରକାର ସ୍ୱୀକାର କରିଥିବା ବେଳେ ଅନ୍ୟ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗର ତଦନ୍ତ ଚାଲିଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ












Click it and Unblock the Notifications