ପାଣିପାଗ ଖବର: ରାଜ୍ୟର ବିଭିନ୍ନ ସ୍ଥାନରେ ମୌସୁମୀ ବର୍ଷା ଜାରି; ୩୧ରୁ ଆହୁରି ବଢ଼଼ିବ ବର୍ଷା

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ବିଳମ୍ୱିତ ରାତିରେ ଜୋରଦାର ବର୍ଷା ହୋଇଛି । ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୁର୍ଣ୍ଣିବଳୟ, ଯାହା ଆଗକୁ ନେଇପାରେ ଲଘୁଚାପର ରୂପ। ଏହାର ପ୍ରଭାବରେ ଆଜି ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଜଣାପଡିଛି ।

କ୍ରମାଗତ ଲଘୁଚାପ ସୃଷ୍ଟି ଯୋଗୁଁ ମୌସୁମୀ ସକ୍ରିୟ ରହିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ମୌସୁମୀ ବର୍ଷା ଜାରି ରହିଛି। ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ । ଆଗକୁ ଏହା ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩୧ରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ କେନ୍ଦ୍ର। ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଥିବା ବେଳେ ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Odisha Weather news

ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ, କଟକ, ମାଲକାନଗିରି କୋରାପୁଟ ଓ ନବରଙ୍ଗପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

୩୧ ତାରିଖ ବେଳକୁ ଘୁର୍ଣ୍ଣିବଳୟ ପ୍ରଭାବରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। କଟକ, ନୟାଗଡ଼, ଢେଙ୍କାନାଳ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଅତି ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ବୌଦ୍ଧ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, କୋରାପୁଟ, ମାଲକାନଗିରି, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଚଳିତ ମୌସୁମୀରେ ରାଜ୍ୟରେ ଜୁନ ୧ରୁ ବର୍ତ୍ତମାନ ସୁଦ୍ଧା ୪୭୮.୮ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ୫୨୬.୪ ମିମି ସ୍ୱାଭାବିକ ଵର୍ଷା ହେବାକଥା। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+