ରାଜ୍ୟରେ ମେଘୁଆ ପାଗ: ଏହି ୧୪ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜି ସାରା ରାଜ୍ୟରେ ମେଘୁଆ ପାଗ ସହ ଝିପି ଝିପି ବର୍ଷା ହେଉଛି । ଆଜି ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, କନ୍ଧମାଳ ଏବଂ କଳାହାଣ୍ତି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି କିଛି କିଛି ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ବର୍ଷା ହେବା ନେଇ ସୂଚନା ରହିଛି ।

ODISHA RAIN NEWS

ଉତ୍ତର-ବଙ୍ଗୋପସାଗରେର ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଫଳରେ ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ଆସନ୍ତା ୨ ତାରିଖରୁ ରାଜ୍ୟରେ ବସ୍ତୃତ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ୩୧ ତାରିଖ ଦିନ ଢେଙ୍ଗାନାଳ, ଅନୁଗୁଳ, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏହି ସମସ୍ତ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୂଚନାଥାଉ ଯେ, ଏବେବି ୧୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ସ୍ଥିତି ରହିଛି । ଅନ୍ୟପକ୍ଷରେ ବର୍ଷା କମିଗଲେ ରାଜ୍ୟରେ ଖରା , ଗୁଳୁଗୁଳି ଏବଂ ଗରମ ପ୍ରକୋପ ବି କମିବା ଆଶଙ୍କା ରହିଛି । ମାତ୍ର ଅଗଷ୍ଟ ୪ ତାରିଖରୁ ଗାଏବ ହୋଇଯାଇପାରେ ମୌସୁମୀ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+