ବର୍ଷାରେ ଭିଜିବ ଦଶହରା; ଅକ୍ଟୋବର ୪ରୁ ୧୦ ପ୍ରବଳ ବର୍ଷା ସମ୍ଭାବନା

ବର୍ଷାରେ ଭିଜିବ ଦଶହରା । ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ -ବାଲାଂଦେଶ ଓ ପାଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪ ତାରିଖ ସୁଧା ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶା ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ରାଜ୍ୟରେ ବର୍ଷା ହୋଇପାରେ । ଦଶହରା ପୂର୍ବରୁ ରାଜ୍ୟରେ ବଡ଼ ବର୍ଷା ହେବାର ଆଶଙ୍କା ରହିଥିବା ବିଭାଗ ପକ୍ଷରୁ କୁହାଯାଉଛି।

ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର , ଏହା ମଧ୍ୟ ସୂଚନା ଦେଇଛନ୍ତି ଯେ, ଏବେ ପ୍ରଶାନ୍ତ ମହାସାଗରରେ ନିଉଟ୍ରାଲ ଏଲ ନିନୋ ସ୍ଥିତି ରହିଛି। ଅକ୍ଟୋବର ବା ନଭେମ୍ବର ସୁଧା ଲା- ନିନା ସ୍ଥିତି ରହିପାରେ। ଫଳରେ ଉତ୍ତର ଭାରତରେ ତାପମାତ୍ରା ଭାରତରେ ସ୍ବାଭାବିକ ଠାରୁ କମ୍ ରହିବ । ଚଳିତ ଥର ଅଧିକ ଥଣ୍ତା ଅନୁଭୂତ ହୋଇପାରେ।

odisha weather news

ସେହିପରି, ଅକ୍ଟୋବରର ଦ୍ୱିତୀୟ ସପ୍ତାହରେ ପୁଣି ଆଉ ଏକ ଲଘୁଚାପ ଆଶଙ୍କା କରାଯାଉଛି । ଅକ୍ଟୋବର ୪ରୁ ୧୦ ଭିତରେ ପ୍ରବଳ ବର୍ଷା ହୋଇପାରେ ବୋଲି କୁହାଯାଉଛି । ବାତ୍ୟା ମାସରେ ଲଘୁଚାପ ସୃଷ୍ଟି ହେଲେ ଅଧିକ ଘନିଭୂତ ହେବ । ଲଘୁଚାପ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ ଜାରି କରିଛି । ତେବେ ରାଜ୍ୟରେ ପ୍ରବଳ ବର୍ଷା ପରେ ଦୁଇ ଦିନ ହେବ ପାଗ ଶୁଖିଲା ରହିଛି । ଆଜିଠାରୁ ରାଜ୍ୟରେ କେତେକ ଜିଲ୍ଲାରେ ବିଜୁଳି ଘଡ଼ଘଡି଼ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖ ବେଳକୁ ବର୍ଷାର ପରିମାଣ ବୃଦ୍ଧି ପାଇବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+