ପାଣିପାଗ ଖବର: ଆଜି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୩୧ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନ

ସ୍ବାଭାବିକ ସ୍ଥିତିକୁ ଫେରୁଛି ମୌସୁମୀ । ଲଘୁଚାପ ପ୍ରଭାବରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ସେପଟେ ଆସନ୍ତା ୩୧ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏହାର ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ ।

ମାଲକାନଗିରି ଜିଲ୍ଲାରେ ସ୍ବାଭାବିକ ଠାରୁ ବହୁ ଅଧିକ ବର୍ଷା ହୋଇଥିବା ବେଳେ କୋରାପୁଟ(Koraput), ନୂଆପଡ଼ା, ବୌଦ୍ଧ(Boudh) ଓ ସୁବର୍ଣ୍ଣପୁର(Sonepur) ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗର ତତ୍‌ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଲଘୁଚାପ କ୍ଷେତ୍ର ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗରେ ଅଗ୍ରସର ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

ଆଜି ମଧ୍ୟ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଯାଜପୁର । ଏସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

Odisha Weather News

ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା(Rain) ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବା ନେଇ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଏବଂ ଯାଜପୁରକୁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ବଲାଙ୍ଗିର, ନୂଆପଡ଼ା, ବରଗଡ଼, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡିରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ। ୩୧ ତାରିଖରେ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଏପଟେ ଫୁଲୁଛି ମହାନଦୀ। ସକାଳ ୬ଟା ସୁଦ୍ଧା ମୁଣ୍ଡଳୀ ଦେଇ ୨ ଲକ୍ଷ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଗତକାଲି ହୀରାକୁଦର ୨୦ଟି ଗେଟ୍ ଖୋଲିବା ପରେ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ହୀରାକୁଦରୁ ବନ୍ୟାଜଳ ପ୍ରଥମେ ଖଇରାମାଳ ଓ ପରେ ବରମୂଳ ଦେଇ ଆସି ମୁଣ୍ଡଳୀରେ ପହଞ୍ଚିଛି। ଫଳରେ ଜଳସ୍ତର ବଢ଼ିଛି । ବିଶେଷ କରି ବନ୍ୟାଜଳ ପହଞ୍ଚିବା ଫଳରେ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଆଶଙ୍କା ଦେଖାଦେଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+