Odisha Weather: ଲଘୁଚାପ ନେଇ ୧୩ ଜିଲ୍ଲାକୁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ଚିଠି
ଲଘୁଚାପ ନେଇ ୧୩ ଜିଲ୍ଲାକୁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ଚିଠି । ଲଘୁଚାପ ବର୍ଷାରେ ଉତ୍ତର ଓଡ଼ିଶାରେ ଉପୁଜିପାରେ ବନ୍ୟା ସ୍ଥିତି। ଉତ୍ତର ଓଡ଼ିଶା ସହ ୧୩ ଜିଲ୍ଲାକୁ ସଜାଗ ରହିବାକୁ SRCଙ୍କ ନିର୍ଦ୍ଦେଶ। ଜିଲ୍ଲାସ୍ତରରେ ପ୍ରସ୍ତୁତ ରହିବା ସହ ସ୍ଥିତି ନେଇ ଅବଗତ କରିବାକୁ ନିର୍ଦ୍ଦେଶ ।
ଏହି ୧୩ ଜିଲ୍ଲାକୁ ସତର୍କତା
୧୩ ଜିଲ୍ଲା- ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଭଦ୍ରକ , କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାକୁ ସତର୍କ କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର।
ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପାଶର୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାର ଅନେକ ଜିଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ମୌସୁମୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏପରି ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ ୨୨ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି ।
ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ ୨୨ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, ଜଗସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲା ରହିଛି । ଏସବୁ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ୧୨ରୁ ୨୦ ସେମି ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ୟେଲୋ ୱାର୍ନିଂ ଜାରି ହୋଇଥିବା ଅନ୍ୟ ୧୨ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ପ୍ରବଳ ବର୍ଷା ନେଇ ୨୭ ତାରିଖରେ ୭ ଜିଲା, ୨୮ ତାରିଖରେ ୫ ଜିଲା ଏବଂ ୨୯ ତାରିଖରେ ୫ ଜିଲାକୁ ୟେଲୋ ୱାର୍ର୍ନିିଂ ଜାରି ହୋଇଛି।
ସେହିପରି ୧୦ ଜିଲ୍ଲା ବରଗଡ଼, ସମ୍ବଲପୁର, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।












Click it and Unblock the Notifications