ପାଣିପାଗ ଖବର; ସାରା ରାଜ୍ୟରେ ଜାରି ରହିଛି ବର୍ଷା, ଆଗାମୀ ୫ ଦିନ ପ୍ରବଳ ବର୍ଷା ସମ୍ଭାବନା
ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ପୂର୍ବ ମଧ୍ୟପ୍ରଦେଶ ଓ ଛତିଶଗଡ଼ ନିକଟରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୭୧.୯ ପ୍ରତିଶତ ବର୍ଷା ରେକର୍ଡ ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବୁଧବାର ସକାଳ ସୁଦ୍ଧା ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କଟକ, ଜଗତସିଂହପୁର, ବୌଦ୍ଧ, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, ଗଞ୍ଜାମ, ନୂଆପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ଳ ଭଦ୍ରକରେ ପ୍ରବଳରୁ ଅତିପ୍ରବଳ ଓ ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ଦେବଗଡ଼ ଓ ଯାଜପୁରରେ ପ୍ରବଳ ବର୍ଷା ହେବ ।
ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ସେହିପରି ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେପଟେ ନିଅଣ୍ଟିଆ ବର୍ଷା ଚିନ୍ତା ବଢ଼ାଇଛି ।
୧୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ୧୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ମାଲକାନଗିରି, କୋରାପୁଟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି। ତେବେ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଉପୁଜିବାର ଆଶଙ୍କା ନଥିବା କୁହାଯାଇଛି ।

୧୬ ଜିଲ୍ଲାରେ ବର୍ଷା ସ୍ଥିତି ନିଅଣ୍ଟିଆ ରହିଛି । ବାଲେଶ୍ୱରରେ ସର୍ବାଧିକ ୫୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜରେ ୪୮ ପ୍ରତିଶତ, ସୁନ୍ଦରଗଡ଼ରେ ୪୬ ପ୍ରତିଶତ, ଝାରସୁଗୁଡ଼ାରେ ୪୨ ପ୍ରତିଶତ, କେନ୍ଦ୍ରାପଡ଼ା ଓ ଭଦ୍ରକରେ ୪୧ ପ୍ରତିଶତ, କେନ୍ଦୁଝର, ଯାଜପୁର ଓ ପୁରୀରେ ୩୮ ପ୍ରତିଶତ ଏବଂ ସମ୍ବଲପୁରରେ ୩୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ପୂରା ରାଜ୍ୟରେ ମୋଟ ୧୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । କେବଳ ମାଲକାନଗିରି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି ।












Click it and Unblock the Notifications