Odisha Weather News: ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଲଘୁଚାପ;୧୨ ପର୍ଯ୍ୟନ୍ତ ପ୍ରବଳ ବର୍ଷା; ଏହିସବୁ ଜିଲ୍ଲାକୁ ୱାର୍ଣ୍ଣିଂ

Odisha Weather News: ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଲଘୁଚାପ । ବର୍ତ୍ତମାନ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ରହିଛି।ଏହା କ୍ରମଶଃ ଉତ୍ତର ଦିଗକୁ ଗତି କରିବା ସହ ଆଜି ଅବପାତରେ ପରିଣତ ହେବ।

ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ୫ ଜିଲ୍ଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ କଟକ, କେନ୍ଦ୍ରପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି।ଆସନ୍ତା ୧୨ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

Odisha Weather News

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ଝାରସୁଗୁଡା, ଅନୁଗୋଳ, ଢେଙ୍କାନାଳ ଓ ସମ୍ବଲପୁରରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।ସେହିପରି ୮ ତାରିଖରେ ବର୍ଷାର ବିସ୍ତୃତି ବଢ଼ିବାକୁ ଥିବାବେଳେ ସମ୍ବଲପୁର, ଅନୁଗୋଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+