ଆଜିର ପାଣିପାଗ ଖବର : ଦୁର୍ବଳ ହେଲା ଲଘୁଚାପ, ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ଦୁର୍ବଳ ହେଲା ଲଘୁଚାପ । ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଥିବା ଲଘୁଚାପ ଦୁର୍ବଳ ହୋଇଛି । ଲଘୁଚାପ ସହ ଜଡିତ ଘୂର୍ଣ୍ଣିବଳୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଆସନ୍ତାକାଲି ପର୍ଯ୍ୟନ୍ତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସେହିପରି ଆଜି ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର,ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଓ ଦେବଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ତେବେ ୯ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ହେବ । ୧୧ ରୁ ୧୩ ତାରିଖ ମଧ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ତେବେ ବର୍ଷା ହେଲେ ବି ଗରମ ଗୁଳୁଗୁଳି ଜାରି ରହିବ ।
ଆସନ୍ତାକାଲି ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୯ ରୁ ୧୧ ତାରିଖ ପର୍ଯ୍ୟନ୍ତ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।

ଏଥିସହ ୧ ଜୁନଠାରୁ ୫ ସେପ୍ଟେମ୍ବର ପର୍ଯ୍ୟନ୍ତ ୮୩୧.୧ ମିମି ବର୍ଷା ରେକର୍ଡ କରାଯାଇଛି ଏହାର ସ୍ବାଭାବିକ ପରିମାଣ ରହିଛି ୯୬୩.୧ ମିମି ରହିଛି । ବର୍ତ୍ତମାନ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଥିବା ବେଳେ ୨୦ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି । ତେବେ ଏହି ଲଘୁଚାପ ସାମାନ୍ୟ ନିଅଣ୍ଟିଆ ଭରଣା କରିପାରେ ବୋଲି ଆଶା କରାଯାଉଛି ।
ତେବେ ବର୍ଷା ନ ହେବାରୁ ବିଭିନ୍ନ ଚାଷ ସମସ୍ୟା ଦେଖା ଦେଉଛି । ଚାଷୀ ମାନେ ଭାରି ଚିନ୍ତାରେ । ଧାନ ଚାଷ କରି ହେଉ ନାହିଁ । ଏତେ ବେଳକୁ ଚାଷ କାମ ପାଖାପାଖି ଶେଷ ହେବା କଥା ହେଲେ ବର୍ଷା ନ ହେବାରୁ କାମ ଆରମ୍ଭ ହୋଇ ପାରୁନାହିଁ ।












Click it and Unblock the Notifications