ସକ୍ରିୟ ରହିଛି ଲଘୁଚାପ: ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆଲର୍ଟ

ଭୁବନେଶ୍ୱର : ସକ୍ରିୟ ରହିଛି ଲଘୁଚାପ । ଫଳରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅକ୍ଟୋବର ୩ ଯାଏଁ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆଶଙ୍କା କରିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।

ଆଜିଠାରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ପୂର୍ବ ପାଶ୍ୱବର୍ତ୍ତୀୟ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ଲଘୁଚାପ ଘନୀଭୂତ ହେବା ପରେ ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ଆଡକୁ ମୁହାଁଇପାରେ ।

rain

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ । ଏସବୁ ଜିଲ୍ଲାର କିଛି ସ୍ଥାନରେ ୭୦ରୁ ୨୦୦ ମିମି ଯାଏଁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୁର୍ବାନୁମାନ କରିଛି ।

ଆଭ୍ୟନ୍ତରୀଣ ଓଡ଼ିଶାର ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ପ୍ରାୟ ଏକ ସପ୍ତାହ ଧରି ବର୍ଷା ଜାରି ରହିବ ଦିନର ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ । ଆସନ୍ତା ୨ ଓ ୩ ତାରିଖରେ ଆଭ୍ୟନ୍ତରୀଣ ଓଡିଶା ଓ ଉତ୍ତର ଓଡିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି ।

ଜୁନ୍ ୧ରୁ ଗତକାଲି ଭିତରେ ରାଜ୍ୟରେ ସର୍ବମୋଟ ୧୧୦୫.୪ ମିମି ବର୍ଷା ହୋଇଯାଇଛି । ଯାହାକି ଏହି ସମୟ ଅବଧି ମଧ୍ୟରେ ହେଉଥିବା ସ୍ୱାଭାବିକଠୁ ୩% କମ୍ । ଏହି ସମୟ ମଧ୍ୟରେ ରାଜ୍ୟର ଝାରସୁଗୁଡ଼ା ଓ ବୌଦ୍ଧରେ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ନବରଙ୍ଗପୁର, କେନ୍ଦ୍ରାପଡ଼ା ଓ ପୁରୀରେ ନିଅଣ୍ଟିଆ ବର୍ଷା ହୋଇଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+