ପାଣିପାଗ ଖବର: ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ସେହିପରି ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଝାଡ଼ଖଣ୍ଡ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ରହିଥିବା ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଗତକାଲି କଟକ ଭୁବନେଶ୍ୱର ସମେତ ରାଜ୍ୟର ଏକାଧିକ ସ୍ଥାନରେ ବର୍ଷା ଅନୁଭୂତ ହୋଇଥିବା ବେଳେ ଏହି ସ୍ଥିତି ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି । ଅନ୍ୟପଟେ ୨୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ୨୯ ଓ ୩୦ରେ ବର୍ଷାର ପ୍ରଭାବ ଆହୁରି ବଢ଼ିବାର ସମ୍ଭାବନା ରହିଛି ।
କୋରାପୁଟ, ରାୟଗଡା, ମାଲକାନଗିରି ଏବଂ ନବରଙ୍ଗପୁରକୁ ସତର୍କତା କରାଯାଇଥିବାବେଳେ ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ। ବର୍ତ୍ତମାନ ଉତ୍ତର ପଶ୍ଚିମ ଝାଡ଼ଖଣ୍ଡ ଉପରେ ରହିଛି ଲଘୁଚାପ। ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ପ୍ରଭାବରେ ରାଜ୍ୟରେ ବର୍ଷା ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।
କାଲିପରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଯାହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଦକ୍ଷିଣ ଓଡ଼ିଶାରେ ଏହି ଲଘୁଚାପ ପ୍ରଭାବ ସର୍ବାଧିକ ରହିବ । ଆସନ୍ତା ୩୧ ଯାଏଁ ରାଜ୍ୟରେ ଭଲ ବର୍ଷା ହେବ । ୩୦ ଓ ୩୧ ତାରିଖରେ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି । ପ୍ରବଳ ବର୍ଷା ଫଳରେ ଫଳରେ ନଦୀ ଫୁଲିବା ସହ ବନ୍ୟା ଆଶଙ୍କା ରହିଛି।












Click it and Unblock the Notifications