ପାଣିପାଗ ଖବର: ଆସୁଛି ବଡ ବର୍ଷା, ୪୮ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ

ଆସୁଛି ବଡ ବର୍ଷା । ଭିଜିବ ଓଡ଼ିଶା । ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଆସନ୍ତାକାଲି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ । ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆହୁରି ଘନୀଭୁତ ହେବା ନେଇ ପାଗ ଅନୁକୁଳ ରହିଛି ।

ବର୍ଷା ପ୍ରଭାବରେ ୧୫ ତାରିଖରୁ ଭିଜିବ ସାରା ଓଡ଼ିଶା । ସେହିପରି ୧୬ ତାରିଖରୁ ବର୍ଷାର ପରିମାଣ ବଢିବ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ୧୦ଟି ଜିଲ୍ଲାରେ ବର୍ଷା ହେବ ବୋଲି ଆକଳନ ହେଉଛି । ୧୭ ଏବଂ ୧୮ ତାରିଖରେ ସାରା ଓଡ଼ିଶାରେ ମେଘୁଆ ପାଗ ରହିବ । ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଦକ୍ଷିଣ ଉପକୂଳ ଓଡ଼ିଶାରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ ହୋଇଛି । ମାଲକାନଗିରି, କୋରାପୁଟ, ରାୟଗଡା, କଟକ, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡାରେ ବର୍ଷା ହେବ ।

rain

ବର୍ଷାକୁ ନଜରରେ ରଖି ଚାଷୀଙ୍କୁ ସତର୍କ କରିଛି ପାଣିପାଗ କେନ୍ଦ୍ର । ଅମଳ ଯୋଗ୍ୟ ହୋଇଥିବା ଧାନକୁ ଚାଷୀମାନେ ଯଥା ସମ୍ଭବ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି ।

ବର୍ତ୍ତମାନ୍ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଛି ଥଣ୍ଡା ଶୁଷ୍କ ପବନ । ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ । ହେଲେ ବାୟୁମଣ୍ଡଳରେ ଜଳୀବାଷ୍ପର ପରିମାଣ ନ ଥିବାରୁ ମେଘମୁକ୍ତ ଆକାଶ ଏବଂ ସୂର୍ଯ୍ୟଙ୍କ ସିଧାସଳଖ ପ୍ରଖର କିରଣ ପାଇଁ ଦିନରେ ଗରମ ବା ତାତି ଅନୁଭୁତ ହେଉଛି ।

ବର୍ଷା ପରେ ଓଡ଼ିଶାକୁ ପ୍ରବେଶ କରିବ ପୂର୍ବାଳି ଗରମ ଶୁଷ୍କ ପବନ । ଫଳରେ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୩ ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ ବୋଲି ଆକଳନ ହେଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+