ପାଣିପାଗ ଖବର: ୨ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା
ବାଲାଂଦେଶ ଓ ଆଖପାଖ ଅଞ୍ଚଳରେ ରବିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ ଉତ୍ତର ଦିଗରେ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଦେଇ ଗତି କରିବ। ସେହିପରି ମନସୁନ୍ ଟ୍ରପ୍ ଲାଇନ୍ ବଙ୍ଗୋସାଗରର ଦକ୍ଷିଣ-ପୂର୍ବରୁ ଉତ୍ତର-ପୂର୍ବ ଦିଗରେ ବ୍ୟାପିଛି। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସୋମବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାରୁ ସମ୍ଭାବନା ରହିଥିବାରୁ ଉକ୍ତ ଜିଲାଗୁଡ଼ିକୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ଅନ୍ୟପଟେ ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ମାଲକାନଗିରି ଓ କୋରାପୁଟ ଆଦି ଜିଲାରେ ୭ରୁ ୧୧ ସେମି ବର୍ଷା ହେବାର ଆଶଙ୍କା ରହିଛି। ତେଣୁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି । ମଙ୍ଗଳବାର ମଧ୍ୟ ୪ ଜିଲାରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଏବଂ ପ୍ରବଳ ବର୍ଷା ନେଇ ୧୩ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି ।
ପାଣିପାଗ କେନ୍ଦ୍ର କହିଛି ଯେ ବର୍ତ୍ତମାନ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି। ଏବେ ଉତ୍ତର ବଙ୍ଗୋପସାଗର ଓଡ଼ିଶା ଉପକୂଳରେ ୩୫ରୁ ୪୫ କିମି ଓ ବେଳେବେଳେ ଝଟକା ପବନ ୫୫ କିମି ପର୍ଯ୍ୟନ୍ତ ବହିବାର ଆଶଙ୍କା ରହିଛି। ତେଣୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଓଡ଼ିଶା ଉପକୂଳ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ମଙ୍ଗଳବାର ବର୍ଷାର ପ୍ରଭାବ ଅପେକ୍ଷାକୃତ କମ୍ ରହିବାକୁ ଥିବାବେଳେ ୨୮ରୁ ପୁଣିଥରେ ବର୍ଷାର ପ୍ରକୋପ ବଢ଼ିବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।
ବିଭିନ୍ନ ମଡେଲ୍ର ଆକଳନ ଅନୁଯାୟୀ, ଆସନ୍ତା ୨୯ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛିି। ଏହି ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଆଶଙ୍କା ରହିଛି। ସେହିପରି ସେପ୍ଟେମ୍ବର ୪ ବେଳକୁ ଆଉ ଏକ ଲଘୁଚାପ ମଧ୍ୟ ସୃଷ୍ଟି ହେବାକୁ ଥିବା ବେଳେ ଦ୍ୱିତୀୟ ସପ୍ତାହରେ ପୁଣି ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ଆଶଙ୍କା କରାଯାଉଛି। ଘନ ଘନ ଲଘୁଚାପ ସୃଷ୍ଟି ହେବା












Click it and Unblock the Notifications