ରାଜ୍ୟରେ ଜାରି ରହିଛି ଘନ କୁହୁଡି; ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗୁରୁଚାପ ବଳୟ
ରାଜ୍ୟରେ ଜାରି ରହିଛି ଘନ କୁହୁଡି । ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘନକୁହୁଡ଼ି ଦୃଶ୍ୟମାନ ହେବାର ସମ୍ଭାବନା ରହିଛି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରୀ କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତାକାଲି ଅର୍ଥାତ ୧୯ ତାରିଖ ସକାଳେ କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା କେତେକ ସ୍ଥାନରେ ପ୍ରବଳ ଘନକୁହୁଡ଼ି ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ ୫୦ ମିଟରରୁ ଅଧିକ ଓ ୨୦୦ ମିଟରରୁ କମ୍ ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୨୦ ତାରିଖ ସକାଳେ ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ୍ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ କୁହୁଡ଼ି ବହାର ସମ୍ଭାବନା ରହିଛି । ଏହି ଜିଲ୍ଲାରେ ଦୃଶ୍ୟମାନ ୫୦ ମିଟରରୁ ଅଧିକ ଓ ୨୦୦ ମିଟରରୁ କମ୍ ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୧ ତାରିଖରେ କୋରାପୁଟ, ନବରଗଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ କୁହୁଡ଼ି ବହାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ଦୃଶ୍ୟମାନ ୫୦ ମିଟରରୁ ଅଧିକ ଓ ୨୦୦ ମିଟରରୁ କମ୍ ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଗାମୀ ତିନି ଦିନ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ । କୁହୁଡ଼ିର ପ୍ରଭାବ ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିବ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନେ ଜାରୀ କରିଛି ।












Click it and Unblock the Notifications