ଆଜି ବି କଲବଲ କରିବ ଗରମ ଓ ଗୁଳୁଗୁଳି; ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଜି ବି କଲବଲ କରିବ ଗରମ ଓ ଗୁଳୁଗୁଳି । ଉପକୂଳ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼ ଓ ଯାଜପୁର ଜିଲ୍ଲାକୁ ଗରମ ଓ ଗୁଳୁଗୁଳି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜିଠୁ ୨୩ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ଘଡ଼ଘଡ଼ି ପାଇଁ ଚେତାବନୀ ଜାରି କରାଯାଇଛି।

ସେହିପରି ରାଜଧାନୀ ଦିଲ୍ଲୀରେ ଭୀଷଣ ଗରମ ଜାରି ରହିଛି । କମିବା ବଦଳରେ ଦିନକୁ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି । ଅସହ୍ୟ ତାତି ଓ ତତଲା ପବନରେ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ। ତେବେ ଏହାରି ଭିତରେ ଅଂଶୁଘାତଜନିତ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ତେବେ ଗତ ୯ଦିନ ମଧ୍ୟରେ ୧୯୦ବାସହୀନଙ୍କ ଜୀବନ ଯାଇଥିବା ସେଣ୍ଟର ଫର ହୋଲିଷ୍ଟିକ୍ ଡେଭଲପମେଣ୍ଟ NGOରିପୋର୍ଟ ପ୍ରକାଶ କରିଛି।ଯାହାକି ଏବେ ଚିନ୍ତାର ବିଷୟ ପାଲଟିଛି।ଅସହ୍ୟ ଗରମ ଓ ଲୁ' ପାଇଁ ପାଣିପାଗ ବିଭାଗ ରାଜଧାନୀ ଦିଲ୍ଲୀରେ ରେଡ୍‌ ଆଲର୍ଟ ଜାରି କରିଛି ।

odisha weather news

ଡାକ୍ତରଖାନାରେ ଅଂଶୁଘାତରେ ପୀଡିତ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ବୁଧବାର ସ୍ୱାସ୍ଥ୍ୟ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ଜଣେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସୂଚନା ଅନୁସାରେ, ଗତ ୪୮ ଘଣ୍ଟା ମଧ୍ୟରେ ଦିଲ୍ଲୀର ପାଞ୍ଚଟି ଜିଲ୍ଲାରୁ ବାସହୀନ ଥିବା ୨୬ରୁ ଅଧିକ ଲୋକଙ୍କ ମୃତଦେହ ମିଳିଛି। ତେବେ ଏହି ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ।ଭୂମିହୀନ ଲୋକଙ୍କ ପାଇଁ କାର୍ଯ୍ୟ କରୁଥିବା ଏକ ଏନଜିଓ ସେଣ୍ଟର ଫର ହୋଲିଷ୍ଟିକ୍ ଡେଭଲପମେଣ୍ଟ ଦାବି କରିଛି ଯେ ଜୁନ୍ ୧୧ରୁ ୧୯ ତାରିଖ ମଧ୍ୟରେ ଦିଲ୍ଲୀରେ ଅତ୍ୟଧିକ ଗରମ ହେତୁ ୧୯୨ଜଣ ବାସହୀନଙ୍କ ମୃତ୍ୟୁ ଘଟିଛି। ଗତ ଦୁଇ ଦିନ ମଧ୍ୟରେ ୨୨ଜଣ ରୋଗୀଙ୍କୁ ରାମ ମନୋହର ଲୋହିଆ (ଆରଏମଏଲ) ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଖାନାରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୨ ରୁ ୧୩ଜଣ ରୋଗୀ ଭେଣ୍ଟିଲେଟରରେ ଅଛନ୍ତି।

କିଛି ଦିନର ଲୁଚକାଳି ଖେଳ ପରେ ଓଡ଼ିଶାରେ ଆଗକୁ ବଢୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଉ ଛି। ପୂର୍ବରୁ କେବଳ ମାଲକାନଗିରି ଜିଲ୍ଲାକୁ ଛୁଇଁଥିଲା। ଏବେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାର କିଛି ଅଞ୍ଚଳକୁ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆସନ୍ତା ୩ ଦିନ ଭିତରେ ରାଜ୍ୟର ଆଉ କିଛି ଅଞ୍ଚଳକୁ ଏହା ଅଗ୍ରସର ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+