ଅଧା ରାତିରେ କାଳବୈଶାଖୀର ତାଣ୍ଡବ; ବିଜୁଳି, ଘଡଘଡି, ପବନ ସାଙ୍ଗକୁ ଅତିପ୍ରବଳ ବର୍ଷା

ତାତିରୁ ମିଳିଲା ଆଶ୍ୱସ୍ତି । ଗତକାଲି ବିଳମ୍ବିତ ରାତିରେ କାଳବୈଶାଖୀ ବର୍ଷା ଟ୍ୱିନ୍ ସିଟିକୁ ଅସ୍ତବ୍ୟସ୍ତ କରିପକାଇଛି । ହଠାତ କିଛି ସମୟ ପାଇଁ ଘଡଘଡ଼ି ବିଜୁ ସହ ପ୍ରବଳ ବର୍ଷା ହୋଇଥିଲା। ଜୋରରେ ପବନ ବହିଥିଲା। ଫଳରେ ବିଦ୍ୟୁତ୍ କାଟ ହେବା ସାଙ୍ଗକୁ ରାସ୍ତାରେ କିଛି ସମୟ ପାଇଁ ଗାଡିମୋଟର ଚଳାଚଳରେ ବାଧା ଉପୁଜିଥିଲା।

କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ଭାରି ବର୍ଷା ହୋଇଛି। ଭୁବନେଶ୍ୱରରେ ୭୬.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଚଳିତ ବର୍ଷ ଏହା ରାଜଧାନୀ ଭୁବନେଶ୍ୱରରେ ପ୍ରଥମ ଭାରି ବର୍ଷା ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ତାଙ୍କ Xରେ ଉଲ୍ଲେଖ କରିଛନ୍ତି। ବର୍ଷା ଯୋଗୁ ଭୁବନେଶ୍ୱରରେ ଥିବା କ୍ୟାପିଟାଲ ହସ୍‌ପିଟାଲରେ ପାଣି ପଶି ଯାଇଥିଲା ।

ଆସନ୍ତା ୧୫ ତାରିଖ ଯାଏଁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ପାଇଁ ୪ ଜିଲ୍ଲା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବାକି ୧୫ ଜିଲ୍ଲାରେ ୩୦ରୁ ୫୦ କିମି ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ହେଲେ ୧୭ ତାରିଖ ବେଳକୁ ପୁଣି ରାଜ୍ୟକୁ ତାତି ଫେରିବ । ମେ' ୧୭ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ବୃଦ୍ଧି ସାଙ୍ଗକୁ ତାତି ଫେରିବା ସମ୍ଭାବନା ରହିଛି।

Odisha weather

ହଠାତ୍ ବର୍ଷା ହେବାରୁ ରାଜଧାନୀର ବିଭିନ୍ନ ସ୍ଥାନରେ ବିଜୁଳି ସେବା ପ୍ରଭାବିତ ହୋଇଥିବା ବେଳେ ରାସ୍ତା ଉପରେ ଗଛ ଉପୁଡି ପଡିଥିବା ମଧ୍ୟ ଦେଖିବାକୁ ମିଳିଛି । କ୍ଷୟକ୍ଷତି ନେଇ କୌଣସି ତଥ୍ୟ ମିିଳିନଥିଲେ ମଧ୍ୟ ରାଜଧାନୀର ବିଭିନ୍ନ ବସ୍ତିରେ ଘର ଗୁଡ଼ିକ ପ୍ରଭାବିତ ହୋଇଛି । ତଳିଆ ଅଂଚଳରେ ରହିଥିବା ଘର ଗୁଡିକରେ ପାଣି ପଶିବା ସହିତ ଆସବାପତ୍ର ଗୁଡ଼ିକ ମଧ୍ୟ ନଷ୍ଟ ହୋଇଥିବା ଜଣାପଡିଛି ।

କେବଳ ରାଜଧାନୀ ଭୁବନେଶ୍ୱର ନୁହେଁ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିଛି । ୨୪ ଘଂଟା ମଧ୍ୟରେ କେନ୍ଦ୍ରାପଡା ରାଜନଗରରେ ସର୍ବାଧିକ ୧୦୧ ମିଲିମିଟର ବର୍ଷା ହୋଇଥିବା ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+