ପାଣିପାଗ ଖବର: ତାତିରୁ ମିଳିପାରେ ଆଶ୍ୱସ୍ତି; କିଛି ଜିଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା

ତାତିରୁ ଆଜି ମିଳିପାରେ ଆଶ୍ୱସ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ଗଞ୍ଜାମ ଆଦି ଜିଲାରେ ଗ୍ରୀଷ୍ମ ପ୍ରବାହ ପ୍ରବଳ ଅନୁଭୂତ ହୋଇଛି ।

ଆଜି ଦକ୍ଷିଣ ଓ କିଛି ଜିଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, କଳାହାଣ୍ଡି, ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ଦକ୍ଷିଣ ଓ କିଛି ଜିଲାରେ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ପରସ୍ପର ସଂସ୍ପର୍ଶରେ ପ୍ରତିକ୍ର୍ରିୟା ଯୋଗୁ କାଳବୈଶାଖୀ ବର୍ଷା ହୋଇପାରେ ।

weather

ବର୍ତ୍ତମାନ ପାଣିପାଗ ବିଭାଗ ଅନୁସାରେ, ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବ । ଯାହା ପରବର୍ତ୍ତୀ ସମୟରେ ଧୀରେଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ତାପମାତ୍ରା ଦୁଇରୁ ତିନି ଡିଗ୍ରୀ ଯାଏଁ କମିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+