ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ଦେବ କାଳବୈଶାଖୀ; ୩ ଘଣ୍ଟା ପାଇଁ କାଳବୈଶାଖୀ ଓ ବଜ୍ରପାତ ସତର୍କତା
ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ଦେବ କାଳବୈଶାଖୀ । ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ଓ ବଜ୍ରପାତ ସତର୍କତା । ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସହ ୭ ଜିଲ୍ଲାକୁ ୟେଲୋ ଆଲର୍ଟ । ରାୟଗଡ଼ା, ଗଞ୍ଜାମ, କଟକ, ଖୋର୍ଦ୍ଧା, ପୁରୀ, ବରଗଡ଼, ନୟାଗଡ଼କୁ ଆଲର୍ଟ ।

ସେପଟେ ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ ଓଡିଶା । ରାଜ୍ୟରେ ସିଭିଅର ହିଟୱେଭ୍ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ତିନି ଦିନ ପ୍ରବଳ ହିଟ୍ ୱେଭ ନେଇ ସତର୍କତା ଜାରି କରିଛି l ପୁରୀ, କୋରାପୁଟ, ନବରଙ୍ଗପୁର ଜିଲ୍ଲାକୁ ଛାଡି ବାକି ସବୁ ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ୨୭ ଏବଂ ୨୮ ତାରିଖରେ ପ୍ରବଳ ହିଟୱେଭର ସମ୍ଭାବନା ରହିଛି । ୨୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଏହି ଦୁଇ ଦିନ କେବଳ କୋରାପୁଟ ଜିଲ୍ଲାକୁ ଛାଡି ବାକି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ ।
ତେବେ ଅନେକ ସ୍ଥାନରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏଁ ବଢ଼ିବା ସମ୍ଭାବନା ରହିଛି । ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରାଯାଇଛି ।












Click it and Unblock the Notifications