ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା; ଆଉ ୨ ଦିନ କୋହଲା ପାଗ

ରାଜ୍ୟରେ ଆଉ ୨ ଦିନ କୋହଲା ପାଗ । ଆଜି ଓ କାଲି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୨୬ରୁ ପାଗରେ ପରିବର୍ତ୍ତନ ଆସିବ ।

ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଲାଗି ରହିଛି । ଟୁଇନ ସିଟି ଭୁବନେଶ୍ୱର ଓ କଟକ ହାଲୁକା ବର୍ଷାରେ ଭିଜିଛି । ଉତ୍ତର ଉପକୂଳ ଓଡିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବଲାଙ୍ଗିର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ଜାରି ରହିଛି ।

କାଲୁଆ ପବନ ସାଙ୍ଗକୁ ବର୍ଷା ପରେ ଥଣ୍ଡା ବଢିଯାଇଛି । ଆସନ୍ତାକାଲି ଯାଏଁ ରାଜ୍ୟର କିଛି ଜିଲ୍ଲାରେ କୋହଲା ପାଗ ଲାଗି ରହିବ । ଫଳରେ ରାତିର ତାପମାତ୍ରା ଖସିବ ।

ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହୁଥିଲେ ମଧ୍ୟ ଦିନ ଓ ରାତିର ତାପମାତ୍ରାରେ ତାରତମ୍ୟ କମ ରହୁଥିବାରୁ ଥଣ୍ଡା ଅନୁଭୂତ ହେଉଛି ।

Odisha weather news

ବର୍ଷା ଛାଡିବା ପୁଣି ରାଜ୍ୟରେ ଶୀତ ଲହରୀ ଫେରିବାର ସମ୍ଭାବନା ରହିଛି । ଗତ ଦୁଇ ଦିନ ହେଲ ରାଜ୍ୟର ଅନେକ ସ୍ଥାନରେ ପାଗ କୋହଲା ରହିବା ସହ ବର୍ଷା ଜାରି ରହିଛି । ଆସନ୍ତା ୨୫ତାରିଖ ଯାଏଁ ଗୁରୁଚାପ ବଳୟର ସକ୍ରିୟ ରହିବ ଯାହା ଫଳରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ । ୨୬ ତାରିଖ ପରେ ପାଗରେ ପରିବର୍ତ୍ତନର ସମ୍ଭାବନା ରହିଛି ।

ସେହିପରି ରାଜଧାନୀ ନୂଆଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ବୁଧବାର ସକାଳୁ ହାଲୁକା ବର୍ଷା ହୋଇଥିବା ଦେଖିବାକୁ ମିଳିଛି । ବୁଧବାର ଦିନ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ଦେଖାଯିବା ନେଇ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି। ସେହିପରି ପାର୍ବତ୍ୟାଞ୍ଚଳରୁ ଆସୁଥିବା ଶୀତଳ ପବନର ପ୍ରଭାବନରେ ଉତ୍ତର ଭାରତର ଶୀତ ଲହରୀ ଜାରି ରହିଛି। ବିହାରରେ ପାରଦ ଦିନକୁ ଦିନ ଖସିବାରେ ଲାଗିଛି। ଦିନରେ ସୂର୍ଯ୍ୟକିରଣ ପଡିବା ଅସମ୍ଭବ ହୋଇ ପଡ଼ିଛି। ସେହିପରି ମଧ୍ୟ ଭାରତ ଓ ପୂର୍ବ ଭାରତରେ ଶୀତ ଲହରୀ ବଢିବାରେ ଲାଗିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+