ପାଣିପାଗ ଖବର: ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା, ଅଦିନିଆ ବର୍ଷା ଯୋଗୁଁ ଲୋକେ ହନ୍ତସନ୍ତ

ରାଜଧାନୀ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଦେଖିବାକୁ ମିଳିଛି । ଭୁବନେଶ୍ୱର ପାଖଆଖ ଅଞ୍ଚଳରେ ମଧ୍ୟ ବର୍ଷା ହୋଇଛି । ତେବେ ହାଲୁକା ବର୍ଷା ସତ୍ତ୍ବେ ଅଦିନିଆ ବର୍ଷା ଯୋଗୁଁ ଲୋକେ ହନ୍ତସନ୍ତ ହୋଇଥିବାର ଦେଖିବାକୁ ମିଳିଛି ।

ଆଜି ଅପରାହ୍ନରେ ନୟାଗଡ଼, ଖୋର୍ଦ୍ଧା, କଟକ, ବରଗଡ଼, ଗଞ୍ଜାମ, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି । ଆସନ୍ତକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ବାକି ସବୁ ଜିଲ୍ଲାରେ ପାଗ ଶୁଖିଲା ରହିପାରେ ।

ତେବେ ୧୧ ତାରିଖରୁ ପରବର୍ତ୍ତୀ ୩ ଦିନ ମଧ୍ୟରେ ଅନେକ ସ୍ଥାନରେ ଦିନର ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ପାଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ଓ ରାତ୍ରିର ସର୍ବନିମ୍ନ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

odisha Weather News

ଗତକାଲି ରାଜ୍ୟର ୧୧ଟି ସହରର ସର୍ବୋଚ୍ଚ ଦିନ ତାପମାତ୍ରା ୩୬ ଡିଗ୍ରୀ ବା ତା'ଠାରୁ ଅଧିକ ରେକର୍ଡ କରାଯାଇଥିଲା ପାରଳାଖେମୁଣ୍ଡିରେ ଦିନର ସର୍ବାଧିକ ତାପମାତ୍ର ୩୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+