ବଙ୍ଗପୋସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ୨୪ ତାରିଖ ସୁଦ୍ଧା ଅବପାତ ସମ୍ଭାବନା
ବଙ୍ଗପୋସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘନୀଭୂତ ହୋଇ ୨୪ ତାରିଖ ସୁଦ୍ଧା ଅବପାତ ସମ୍ଭାବନା ରହିଛି । ୨୩ ଓ ୨୪ରେ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା ହୋଇଛି ।

ବାତ୍ୟା ନେଇ ସ୍ପଷ୍ଟ ହୋଇନଥିବା ବେଳେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ଅସ୍ତରଙ୍ଗ ଅଞ୍ଚଳର ମତ୍ସ୍ୟଜୀବୀ ମାନେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ସେମାନଙ୍କ ଘର ସଜାଡ଼ିବା ସହ ଡଙ୍ଗା ସବୁକୁ ଉପରକୁ ଉଠାଇଛନ୍ତି ।
୨୨ ତାରିଖ ପରେ କିମ୍ବା ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ । ଦୁଇ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୨୪ ତାରିଖରେ ଜଗତସିଂହପୁର ଏବଂ କେନ୍ଦ୍ରପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୫ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି ହୋଇଛି ।
କାଲିଠୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ବଙ୍ଗୋପସାଗରକୁ ପ୍ରବେଶ ବାରଣ କରାଯାଇଛି । ତେବେ ବାତ୍ୟା ନେଇ ଏଯାଏଁ କୌଣସି ଆକଳନ କରାଯାଇନି ।
୨୫ ତାରିଖରେ ରାଜ୍ୟରେ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଏହା ପୂର୍ବରୁ ବର୍ଷା ନେଇ ଆକଳନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ନେଇ ସତର୍କ ରହିବା ସହ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ସେହିପରି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି
୨୫ ତାରିଖରେ ରାଜ୍ୟରେ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଏହା ପୂର୍ବରୁ ବର୍ଷା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ନେଇ ସତର୍କ ରହିବା ସହ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ସେହିପରି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।












Click it and Unblock the Notifications