Odisha Weather: ୨୩ରୁ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା
ଆସନ୍ତା ୨୩ ତାରିଖ ସୁଦ୍ଧା ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ସମ୍ଭବତଃ ମିଆଁମାର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ୪୮ ଘଣ୍ଟା ମଧ୍ୟରେ ପାରାଦ୍ବୀପ ପାଖାପାଖି ଓଡ଼ିଶା ଉପକୂଳରେ ପହଞ୍ଚିବ । ପରବର୍ତ୍ତୀ ୧୨ରୁ ୨୪ ଘଣ୍ଟା ମଧ୍ୟରେ ପ୍ରାୟତଃ ସମ୍ବଲପୁର ଦେଇ ଛତିଶଗଡ ଓ ମଧ୍ୟପ୍ରଦେଶ ଆଡକୁ ମୁହାଁଇପାରେ। ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେଲେ ସମୁଦ୍ରରେ ଅଧିକ ୨୪ ଘଣ୍ଟା ରହିବା ସମ୍ଭାବନା ରହିଛି ।
ଏହାଦ୍ବାରା ରାଜ୍ୟରେ ୨୩ରୁ ବର୍ଷା ଆରମ୍ଭ ହୋଇ ୪୮ଘଣ୍ଟା ବର୍ଷିପାରେ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି।ଗତ ୨୪ ଘଣ୍ଟାରେ କଟକ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ, ଖୋର୍ଦ୍ଧା, କଳାହାଣ୍ଡି ଏବଂ ରାୟଗଡା ଜିଲାରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇଛି ।

ଗୁରୁବାର କଟକ, ଭୁବନେଶ୍ବର, ଗୋପାଳପୁର, ପାରଳାଖେମୁଣ୍ଡିରେ ବର୍ଷା ହୋଇଛି । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୨ ତାରିଖରୁ ଦୁଇଦିନ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।












Click it and Unblock the Notifications