ପାଣିପାଗ ଖବର: ରାଜ୍ୟରେ ୨୭ରେ ଲଘୁଚାପ; ୨୯ରେ ଅବପାତ ସମ୍ଭାବନା
୨୭ ତାରିଖ ବେଳକୁ ରାଜ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାରେ ସମ୍ଭାବନା ରହିଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା । ଏହାର ପ୍ରଭାବରେ ୨୭ ରାଜ୍ୟରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା।
ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୯ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରକୃତରେ ଲଘୁଚାପ କ୍ଷେତ୍ର କେଉଁଠି ସୃଷ୍ଟି ହେବ ସେ ନେଇ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ କରିନି ଆଞ୍ଚଳିକ ପାଣିପାଗ ବିଭାଗ ।
ଆସନ୍ତା ନଭେମ୍ବର ୨୯ ତାରିଖରେ ଏହା ଅବପାତ ଓ ପରେ ଗଭୀର ଅବପାତରେ ପରିଣତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଲଘୁଚାପ ଅଧିନ ଘନିଭୂତ ହେବା ପରେ ତାହା ବାତ୍ୟାର ରୂପ ନେବ କି ନାହିଁ ସେ ନେଇ ପରବର୍ତ୍ତୀ ସମୟରେ ଜଣାପଡିବ ।
ସାମ୍ଭାବ୍ୟ ଲଘୁଚାପ ଫଳରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଗଂଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ଵର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ତେବେ ଏ ନେଇ ଖୁବ୍ ଶୀଘ୍ର ସ୍ପଷ୍ଟତା ଆସିପାରେ ।
ନଭେମ୍ବର ୨୯ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ। ଡିସେମ୍ବର ପହିଲାବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେଇପାରେ । ଏହାର ପ୍ରଭାବରେ ନଭେମ୍ବର ୩୦ରୁ ଡିସେମ୍ବର ୬ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାରେ କିଛି ପରିମାଣରେ ବର୍ଷା ହେବାର ସମ୍ଭାବନା ରହିଛି












Click it and Unblock the Notifications