ସୃଷ୍ଟି ହେଲା ଲଘୁଚାପ : ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା
ସୃଷ୍ଟି ହେଲା ଲଘୁଚାପ । ଲଘୁଚାପର ରୂପ ନେଲା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଆଜି ପାଇଁ କଳାହାଣ୍ତି , ବଲାଙ୍ଗୀର, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଆଦି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ।
ସେହିପରି ପୁରୀ, ଗଞ୍ଜାମ, ଗଜପତି, ନୂଆପଡ଼ା, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ରାୟଗଡ଼ା ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ସେହିପରି କାଲି ପାଇଁ ଗଞ୍ଜାମ, କନ୍ଧମାଳ, ସୋନପୁର, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ ଆଦି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଯାଜପୁର, ଗଜପତି, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ତି , ନୂଆପଡ଼ା, ବରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆସନ୍ତା ୧୫ ତାରିଖ ଯାଏଁ ସାରା ରାଜ୍ୟରେ ବର୍ଷା ଜାରି ରହିବ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି ।












Click it and Unblock the Notifications